ଭୁବନେଶ୍ବର: ନୟାପଲ୍ଲୀ ଥାନା କଳିଙ୍ଗ ଷ୍ଟାଡିୟମ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏହି ଦୁର୍ଘଟଣାରେ ଟ୍ରାଫିକ କର୍ମଚାରୀ ମଧୁସୂଦନ କିର୍ସାରୀ ମୃତ୍ୟୁ ଘଟିଛି। ରାତିରେ ଡ୍ୟୁଟି ସାରି ଘରକୁ ଫେରୁଥିବା ବେଳେ ଗାଡ଼ି ଧକ୍କାରେ ତାଙ୍କର ମୃତ୍ୟୁ ଘଟିଛି। ଶନିବାର ରାତି ପ୍ରାୟ ୧୦ଟା ସମୟରେ ରାମ ମନ୍ଦିର ଛକରୁ ଡ୍ୟୁଟି ସାରି ପଲସର ଯୋଗେ ଖଣ୍ଡଗିରି ସ୍ଥିତ ରୁମକୁ ଫେରୁଥିବା ବେଳେ ଜୟଦେବ ବିହାର ଫ୍ଲାଏଓଭର ନିକଟରେ ଦୁର୍ଘଟଣା ଘଟିଛି। ପଛରୁ ଆସୁଥିବା କୌଣସି ଭାରୀଯାନ ମଧୁସୂଦନଙ୍କୁ ଧକ୍କା ଦେବା ଦେଇ ଘଟଣା ସ୍ଥଳରୁ ଫେରାର ହୋଇଯାଇଥିଲା। ରକ୍ତ ଜୁଡୁବୁଡୁ ଅବସ୍ଥାରେ ତାଙ୍କୁ ନୟାପଲ୍ଲୀ ଥାନା ପୋଲିସ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲେ ମଧ୍ୟ ସେତେବେଳକୁ ତାଙ୍କର ମୃତ୍ୟୁ ହୋଇସାରିଥିଲା। ଜାତୀୟ ରାଜପଥରେ ଲାଗିଥିବା ସିସିଟିଭି ଫୁଟେଜକୁ ଆଧାର କରି ତଦନ୍ତ ଆରମ୍ଭ କରିଛି କମିସନରେଟ୍ ପୋଲିସ୍।
ପ୍ରମୁଖ ଖବର
ଅଟଳ ବସ୍ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ