ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ହାଇକୋର୍ଟଙ୍କ ଦ୍ଵାରସ୍ଥ ହେଲେ ଅରବିନ୍ଦ କେଜ୍ରିୱାଲ

0

ନୂଆଦିଲ୍ଲୀ: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଫସିଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ସୋମବାର ହାଇକୋର୍ଟଙ୍କ ଦ୍ଵାରସ୍ଥ ହୋଇଛନ୍ତି। ଅବକାରୀ ନୀତି ମାମଲାରେ କେଜ୍ରିୱାଲ ତାଙ୍କ ଗିରଫଦାରୀ ଏବଂ ସିବିଆଇ ରିମାଣ୍ଡକୁ ଚ୍ୟାଲେଞ୍ଜ କରିଛନ୍ତି। ଅରବିନ୍ଦ କେଜ୍ରିୱାଲ ତାଙ୍କ ଆବେଦନରେ ସିବିଆଇ ଗିରଫକୁ ବେଆଇନ ବୋଲି କହିଛନ୍ତି।

ସୂଚନାଯୋଗ୍ୟ, କୋର୍ଟର ଜୁନ ୨୬ର ଆଦେଶକୁ ଚ୍ୟାଲେଞ୍ଜ କରିଛନ୍ତି ଯେଉଁଥିରେ ତାଙ୍କୁ ତିନି ଦିନ ପାଇଁ ସିବିଆଇ ହେପାଜତକୁ ପଠାଯାଇଥିଲା। ଦିଲ୍ଲୀ ସରକାରଙ୍କ ଏକ୍ସାଇଜ ନୀତିରେ ଅନିୟମିତତା ଅଭିଯୋଗରେ ଅରବିନ୍ଦ କେଜ୍ରିୱାଲଙ୍କୁ ସିବିଆଇ ଗିରଫ କରିଥିଲା। କେଜ୍ରିୱାଲଙ୍କ ସିବିଆଇ ରିମାଣ୍ଡ ଶେଷ ହେବା ପରେ ଜୁନ୍ ୨୯ରେ ତାଙ୍କୁ ପୁଣି ହାଜର କରାଯାଇଥିଲା। ଏହାପୂର୍ବରୁ କେଜ୍ରିୱାଲଙ୍କୁ ମାର୍ଚ୍ଚ ୨୧ରେ ମଦ ଦୁର୍ନୀତି ସହ ଜଡ଼ିତ ଅର୍ଥ ହେରଫେର ମାମଲାରେ ପ୍ରବର୍ତ୍ତନ ନିର୍ଦେଶାଳୟ(ଇଡି) ଗିରଫ କରିଥିଲା। ସେବେଠାରୁ କେଜ୍ରିୱାଲ ତିହାର ଜେଲରେ ଅଛନ୍ତି।

Leave A Reply

Your email address will not be published.