ରାଉରକେଲା: ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ସୋମବାର ଏକ ଅଘଟଣ ଘଟିଛି। ପ୍ଲାଣ୍ଟରେ ବିଷାକ୍ତ ଗ୍ୟାସ୍ ଲିକ୍ କାରଣରୁ ୮ ଜଣ ଶ୍ରମିକ ଗୁରୁତର ହୋଇଥିବା ସୂଚନା ମିଳିଛି। ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ୫ନଂ ବ୍ଲାଷ୍ଟ ଫର୍ଣ୍ଣେସରେ ଶ୍ରମିକମାନେ କାମ କରୁଥିବା ସମୟରେ ଷ୍ଟିଲ୍ ପ୍ଲାଣ୍ଟର ୫ନଂ ବ୍ଲାଷ୍ଟ ଫର୍ଣ୍ଣେସରେ ବିଷାକ୍ତ କାର୍ବନ ମନୋକ୍ସାଇଡ୍ ଗ୍ୟାସ୍ ଲିକ୍ ହୋଇଥିଲା। ବିଷାକ୍ତ କାର୍ବନ ମନୋକ୍ସାଇଡ୍ ଗ୍ୟାସ୍ ଲିକ୍ ହେବା ଯୋଗୁଁ ଶ୍ବାସରୁଦ୍ଧ ହୋଇ ପ୍ରାୟ ୮ ଜଣ ଶ୍ରମିକ ଗୁରୁତର ପ୍ରଭାବିତ ହୋଇଛନ୍ତି। ଆହତ ଶ୍ରମିକମାନଙ୍କୁ ଇସ୍ପାତ ଜେନେରାଲ ହସ୍ପିଟାଲରେ ଭର୍ତ୍ତି କରାଯାଇ ଅଧିକ ଚିକିତ୍ସା ଜାରି ରହିଥିବାର ଜଣାପଡିଛି। ତେବେ ଏହି ଦୁର୍ଘଟଣାର କାରଣ ଏପର୍ଯ୍ୟନ୍ତ ଜଣାପଡିନାହିଁ।
ପ୍ରମୁଖ ଖବର
ସମ୍ବଲପୁର: ଗଣେଶ ପୂଜା ମଣ୍ଡପରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ପେଣ୍ଡାଲ
ଗୁଜରାଟ ସଚିବାଳୟ ଉଡ଼ାଇବା ଧମକ: ବିହାର, ଝାଡ଼ଖଣ୍ଡରୁ ୨ ଗିରଫ
ଓମଫେଡ୍ ବଜାରକୁ ଆଣିବ ପ୍ୟାକେଟ୍ ପାଣି ଓ ନୂଆ ଆଇସକ୍ରିମ୍
ଦିଶା ସାଲିଆନ ମୃତ୍ୟୁ ମାମଲା : ସିବିଆଇ ଏଫ୍ଆଇଆରରେ ଆଦିତ୍ୟ ଠାକରେ, ଡିନୋ ମୋରିଆଙ୍କ ନାଁ
ଦୁଷ୍କର୍ମ ମାମଲା: ଆତ୍ମସମର୍ପଣ କଲେ ତରୁଣ ତେଜପାଲ
ନନ୍ଦିଗ୍ରାମ ଉପନିର୍ବାଚନ ଲଢ଼ିବେନି ମମତା, ଟିଏମସି ଘୋଷଣା କଲା ପ୍ରାର୍ଥୀ