ରାଉରକେଲା: ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ସୋମବାର ଏକ ଅଘଟଣ ଘଟିଛି। ପ୍ଲାଣ୍ଟରେ ବିଷାକ୍ତ ଗ୍ୟାସ୍ ଲିକ୍ କାରଣରୁ ୮ ଜଣ ଶ୍ରମିକ ଗୁରୁତର ହୋଇଥିବା ସୂଚନା ମିଳିଛି। ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ୫ନଂ ବ୍ଲାଷ୍ଟ ଫର୍ଣ୍ଣେସରେ ଶ୍ରମିକମାନେ କାମ କରୁଥିବା ସମୟରେ ଷ୍ଟିଲ୍ ପ୍ଲାଣ୍ଟର ୫ନଂ ବ୍ଲାଷ୍ଟ ଫର୍ଣ୍ଣେସରେ ବିଷାକ୍ତ କାର୍ବନ ମନୋକ୍ସାଇଡ୍ ଗ୍ୟାସ୍ ଲିକ୍ ହୋଇଥିଲା। ବିଷାକ୍ତ କାର୍ବନ ମନୋକ୍ସାଇଡ୍ ଗ୍ୟାସ୍ ଲିକ୍ ହେବା ଯୋଗୁଁ ଶ୍ବାସରୁଦ୍ଧ ହୋଇ ପ୍ରାୟ ୮ ଜଣ ଶ୍ରମିକ ଗୁରୁତର ପ୍ରଭାବିତ ହୋଇଛନ୍ତି। ଆହତ ଶ୍ରମିକମାନଙ୍କୁ ଇସ୍ପାତ ଜେନେରାଲ ହସ୍ପିଟାଲରେ ଭର୍ତ୍ତି କରାଯାଇ ଅଧିକ ଚିକିତ୍ସା ଜାରି ରହିଥିବାର ଜଣାପଡିଛି। ତେବେ ଏହି ଦୁର୍ଘଟଣାର କାରଣ ଏପର୍ଯ୍ୟନ୍ତ ଜଣାପଡିନାହିଁ।
ପ୍ରମୁଖ ଖବର
ଭାରତୀୟ ପାଇଲଟ୍ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍ ଟ୍ରେନ୍ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍ଆର୍ସିଙ୍କ ପରାମର୍ଶ