ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

୧୬ ବର୍ଷ ପରେ ଖୋଲିଲା ଅଭିଯୋଗ ପ୍ରକୋଷ୍ଠ, ଜନତାଙ୍କ ସମସ୍ୟା ଶୁଣିଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶୁଣିଲେ ଜନତାଙ୍କ ସମସ୍ୟା । ଦୀର୍ଘ ୧୬ ବର୍ଷ ପରେ ଲୋକଙ୍କ ପାଇଁ ସିଏମଙ୍କ ଅଭିଯୋଗ ପ୍ରକୋଷ୍ଠ ଖୋଲିଥିବା ବେଳେ ଲୋକମାନେ ସିଧାସଳଖ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭେଟି ସେମାନଙ୍କ ସମସ୍ୟା ଜଣାଇଛନ୍ତି।
ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ନିୟମିତ ଚାଲିବ ଅଭିଯୋଗର ଶୁଣାଣି। ସମସ୍ୟା ଶୁଣିବା ସହ ସମାଧାନ ଦିଗରେ ପଦକ୍ଷେପ ନେବେ ରାଜ୍ୟ ସରକାର। ଭୁବନେଶ୍ୱର ୟୁନିଟ୍-୫ରେ ଥିବା ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ଆଜିଠୁ ଜନଶୁଣାଣି ଆରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ମାଝି ଅଭିଯୋଗ ଶୁଣାଣି କରିବା ସହ ଏହାର ସମାଧାନ ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବାହ୍ନ ୧୧ଟାରୁ ଅଭିଯୋଗ ପ୍ରକୋଷ୍ଠରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ଏହି ଅଭିଯୋଗ ଶୁଣାଣି ପାଇଁ ଉକ୍ତଦିନ ସକାଳ ୯ଟାରୁ ମଧ୍ୟାହ୍ନ ୧୨ଟା ମଧ୍ୟରେ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ପଞ୍ଜିକରଣ କରି ଉପସ୍ଥିତ ରହିବାକୁ ପଡ଼ିବ। ସେହିପରି ଜିଲ୍ଲାପାଳଙ୍କୁ ମଧ୍ୟ ଜିଲ୍ଲା ସ୍ତରରେ ପ୍ରତ୍ୟେକ ସୋମବାର ଦିନ ଲୋକଙ୍କ ଅଭିଯୋଗ ଶୁଣିବାକୁ ନିର୍ଦ୍ଦେଶ ଦିଆଯାଇଛି। ଅଭିଯୋଗ ଶୁଣାଣି ପରେ ଏହାର ରିପୋର୍ଟ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ପଠାଇବାକୁ ନିର୍ଦ୍ଦେଶ ଦିଆଯାଇଛି।

ତେବେ ପ୍ରଥମ ଦିନରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି। କେତେକ ଦିବ୍ୟାଙ୍ଗ ମଧ୍ୟ ଗୁହାରି ଜଣାଇବା ପାଇଁ ମଧ୍ୟ ସେଠାରେ ବସିଛନ୍ତି। ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚିଛନ୍ତି। ଏହି ସର୍ବସରରେ ସେଠାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ଅନ୍ୟ ମନ୍ତ୍ରୀଗଣ ଉପସ୍ଥିତ ଥିଲେ।

Leave A Reply

Your email address will not be published.