ପ୍ରମୁଖ ଖବର

ଦୁଇ ଭାଗ ହେଲା ଫଲକନୁମା ଏକ୍ସପ୍ରେସ୍
ଆତ୍ମସମର୍ପଣ କଲେ ୩୧ ମାଓବାଦୀ
ବାଲେଶ୍ୱର ଜିଲାରେ ଥିବା ରିଜର୍ଭ ପୋଲିସ ବାରାକରେ ଜଣେ ମହିଳା ପୋଲିସ କନଷ୍ଟେବଳଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର
କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ପୋଲିସ ଏକ କାର୍ ଭିତରୁ ୧୩୦ କିଲୋ ଗଞ୍ଜେଇ ଜବତ
ପଞ୍ଜାବର ଜଳନ୍ଧରରେ ଭାଜପା ନେତା ମନୋରଞ୍ଜନ କାଳିଆଙ୍କ ଘର ବାହାରେ ଏକ ବିସ୍ଫୋରଣ

ରଥଯାତ୍ରା ଦିନ ମନ୍ଦିର ଭିତରକୁ ଭିଆଇପିଙ୍କ ପ୍ରବେଶ ମନା

0

ପୁରୀ: ଆସନ୍ତାକାଲି ପୁରୀରେ ରଥଯାତ୍ରାର ଚୂଡ଼ାନ୍ତ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆସନ୍ତା ୬ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୂ। ଏଥିସହ ସେ ୭ ତାରିଖରେ ଆୟୋଜିତ ହେବାକୁ ଥିବା ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାରେ ଯୋଗ ଦେବେ। ତେଣୁ ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବ।

ରଥଯାତ୍ରା ସମୟରେ ରାଷ୍ଟ୍ରପତିଙ୍କ ଗସ୍ତ ନେଇ ଆଜି ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିବେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା। ରାଷ୍ଟ୍ରପତିଙ୍କ ଗସ୍ତ ନେଇ ଗୃହ ବିଭାଗର ପ୍ରସ୍ତୁତି ସଂପର୍କରେ ସେ ଅନୁଧ୍ୟାନ କରିବେ। ଏହି ଅବସରରେ ମନ୍ଦିର ଭିତରକୁ ଭିଆଇପିଙ୍କ ପ୍ରବେଶକୁ ବାରଣ କରାଯାଇଛି। ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।

ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ କହିଛନ୍ତି, ରଥଯାତ୍ରାକୁ ଶୃଙ୍ଖଳିତ କରିବାକୁ ସବୁ ପ୍ରକାର ବ୍ୟବସ୍ଥା କରାଯାଉଛି। ରଥଯାତ୍ରାରେ ଶୃଙ୍ଖଳା ଓ ମହିଳାଙ୍କ ସୁରକ୍ଷାକୁ ପ୍ରାଥମିକତା ଦିଆଯାଉଛି। ରଥଯାତ୍ରା ଦିନ ମନ୍ଦିର ଭିତରକୁ ଭିଆଇପିଙ୍କୁ ପ୍ରବେଶକୁ ବାରଣ କରାଯାଇଛି । ସମସ୍ତଙ୍କ ମତାମତକୁ ନେଇ ମହାପ୍ରଭୁଙ୍କ ଶୃଙ୍ଖଳିତ ରଥଯାତ୍ରା ସମାପନ ପାଇଁ ଉଦ୍ୟମ ଚାଲିଛି। ରଥଯାତ୍ରା ବେଳେ ରାଷ୍ଟ୍ରପତିଙ୍କ ଗସ୍ତକୁ ନଜରରେ ରଖି ଆଇନଶୃଙ୍ଖଳାକୁ କଡ଼ାକଡ଼ି କରାଯାଇଛି ବୋଲି କହିଛନ୍ତି ଆଇନ ମନ୍ତ୍ରୀ।

Leave A Reply

Your email address will not be published.