ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ରଥଯାତ୍ରା ଦିନ ମନ୍ଦିର ଭିତରକୁ ଭିଆଇପିଙ୍କ ପ୍ରବେଶ ମନା

0

ପୁରୀ: ଆସନ୍ତାକାଲି ପୁରୀରେ ରଥଯାତ୍ରାର ଚୂଡ଼ାନ୍ତ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆସନ୍ତା ୬ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୂ। ଏଥିସହ ସେ ୭ ତାରିଖରେ ଆୟୋଜିତ ହେବାକୁ ଥିବା ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାରେ ଯୋଗ ଦେବେ। ତେଣୁ ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବ।

ରଥଯାତ୍ରା ସମୟରେ ରାଷ୍ଟ୍ରପତିଙ୍କ ଗସ୍ତ ନେଇ ଆଜି ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିବେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା। ରାଷ୍ଟ୍ରପତିଙ୍କ ଗସ୍ତ ନେଇ ଗୃହ ବିଭାଗର ପ୍ରସ୍ତୁତି ସଂପର୍କରେ ସେ ଅନୁଧ୍ୟାନ କରିବେ। ଏହି ଅବସରରେ ମନ୍ଦିର ଭିତରକୁ ଭିଆଇପିଙ୍କ ପ୍ରବେଶକୁ ବାରଣ କରାଯାଇଛି। ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।

ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ କହିଛନ୍ତି, ରଥଯାତ୍ରାକୁ ଶୃଙ୍ଖଳିତ କରିବାକୁ ସବୁ ପ୍ରକାର ବ୍ୟବସ୍ଥା କରାଯାଉଛି। ରଥଯାତ୍ରାରେ ଶୃଙ୍ଖଳା ଓ ମହିଳାଙ୍କ ସୁରକ୍ଷାକୁ ପ୍ରାଥମିକତା ଦିଆଯାଉଛି। ରଥଯାତ୍ରା ଦିନ ମନ୍ଦିର ଭିତରକୁ ଭିଆଇପିଙ୍କୁ ପ୍ରବେଶକୁ ବାରଣ କରାଯାଇଛି । ସମସ୍ତଙ୍କ ମତାମତକୁ ନେଇ ମହାପ୍ରଭୁଙ୍କ ଶୃଙ୍ଖଳିତ ରଥଯାତ୍ରା ସମାପନ ପାଇଁ ଉଦ୍ୟମ ଚାଲିଛି। ରଥଯାତ୍ରା ବେଳେ ରାଷ୍ଟ୍ରପତିଙ୍କ ଗସ୍ତକୁ ନଜରରେ ରଖି ଆଇନଶୃଙ୍ଖଳାକୁ କଡ଼ାକଡ଼ି କରାଯାଇଛି ବୋଲି କହିଛନ୍ତି ଆଇନ ମନ୍ତ୍ରୀ।

Leave A Reply

Your email address will not be published.