ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ଛତିଶଗଡ଼ରେ ପୋଲିସ ସହ ଗୁଳି ବିନିମୟରେ ୫ ମାଓବାଦୀ ନିହତ

0

ଛତିଶଗଡ଼: ପୋଲିସକୁ ମିଳିଛି ଏକ ବଡ ସଫଳତା। ଛତିଶଗଡ଼ ନାରାୟଣପୁରରେ ପୋଲିସ ସହ ଗୁଳି ବିନିମୟରେ ମଙ୍ଗଳବାର ୫ ମାଓବାଦୀ ନିହତ ହୋଇଛନ୍ତି। ଛତିଶଗଡ଼ ନାରାୟଣପୁର ଜିଲା ଅବୁଝମାଡର ଘାମାଣ୍ଡି ଏବଂ କୁରେଭାଇ ଗ୍ରାମ ମଧ୍ୟରେ ଛତିଶଗଡ଼ର ୪ ଜିଲାରୁ ୧୦୦ରୁ ଊର୍ଦ୍ଧ୍ୱ ଏସ୍‌ଟିଏଫ୍‌, ଡିଆର୍‌ଜି ଓ ସିଆର୍‌ପିଏଫ୍‌ ଯବାନ ଓ ସ୍ଥାନୀୟ ପୋଲିସ ପକ୍ଷରୁ ଗତ ୩୦ ତାରିଖରୁ ତଲାସି ଆରମ୍ଭ କରିଥିଲେ।

ଏହି ଅଭିଯାନ ୨ ଦିନ ଧରି ଜାରି ରହିଥିବା ବେଳେ ମଙ୍ଗଳବାର ଜଙ୍ଗଲରେ ମାଓବାଦୀଙ୍କ ସହ ମୁହାଁମୁହିଁ ହୋଇଥିଲେ। ଯେଉଁଥିରେ ମାଓବାଦୀମାନେ ଯବାନଙ୍କୁ ଦେଖି ଗୁଳି ଚାଳନା କରିଥିବା ବେଳେ ପୋଲିସ ପକ୍ଷରୁ ମଧ୍ୟ ପାଲଟା ଆକ୍ରମଣ ହୋଇଥିଲା। ଦୀର୍ଘ ସମୟ ଧରି ଗୁଳି ବିନିମୟ ଜାରି ରହିଥିବା ବେଳେ ସେଥିରେ ୫ ମାଓବାଦୀ ନିହତ ହୋଇଥିବା ଏବଂ ବହୁ ଆହତ ହୋଇଥିବା ସୂଚନା ମିଳିଛି। ଯବାନମାନେ ଫେରିବା ପରେ ସମସ୍ତ ତଥ୍ୟ ଜଣାପଡ଼ିବ ବୋଲି କୁହାଯାଇଛି। ଏହାସହ ଗୁଳି ବିନିମୟରେ କୌଣସି ଯବାନ ଆହତ ହୋଇ ନ ଥିବା ବସ୍ତର ଆଇଜି ସୁନ୍ଦର ରାଜ ପି. ସୂଚନା ଦେଇଛନ୍ତି।

Leave A Reply

Your email address will not be published.