ପ୍ରମୁଖ ଖବର

ଦିଲ୍ଲୀରେ କାଲି ‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’
୩୬ ଦିନ ପରେ ଓଡ଼ିଶା ଫେରିଲେ ମେରାଇନ୍ ଅଫିସର ଅଶୋକ ଦୀକ୍ଷିତ
ସ୍ୱତନ୍ତ୍ର ସଂସଦ ଅଧିବେଶନ ପୂର୍ବରୁ ସାଂସଦଙ୍କୁ କଡ଼ା ନିର୍ଦ୍ଦେଶ :୩ ଦିନ ଗୃହରେ ଉପସ୍ଥିତ ରହିବା ବାଧ୍ୟତାମୂଳକ
ପରିବାରିକ କଳହର କରୁଣ ପରିଣତି, ମା’ଙ୍କ ହାତରେ ଦୁଇ ଶିଶୁର ମୃତ୍ୟୁ
ଅଦିନିଆ ରଥଯାତ୍ରା ନେଇ ଚିନ୍ତା: ପ୍ରଧାନମନ୍ତ୍ରୀଙ୍କୁ ଗଜପତିଙ୍କ ଚିଠି
୨୧ରେ ରାଉରକେଲା ଗସ୍ତରେ ରାଷ୍ଟ୍ରପତି
ଜମି ଦେବା ନାମରେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କଠୁ ୯୫ ଲକ୍ଷ ଠକିନେଲେ ଆଇଏଏସ୍‌ ଅଧିକାରୀ
ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ

ସତ୍‌ସଙ୍ଗରେ ଦଳାଚକଟା: ୨୭ ମୃତ୍ୟୁ ୧୦୦ରୁ ଅଧିକ ଆହତ

0

ଲକ୍ଷ୍ନୌ: ଉତ୍ତରପ୍ରଦେଶର ହାଥରସରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ଘଟିଛି। ରତିଭାନପୁର ଗ୍ରାମରେ ଭୋଲେ ବାବାଙ୍କ ସତ୍‌ସଙ୍ଗର ଉଦ୍‌ଯାପନୀ ସମାରୋହରେ ଶ୍ରଦ୍ଧାଳୁଙ୍କ ମଧ୍ୟରେ ହଠାତ୍ ଦଳାଚକଟା ଆରମ୍ଭ ହୋଇଥିଲା। ଏହି ଦୁର୍ଘଟଣାରେ ୨୭ ଜଣଙ୍କର ମୃତ୍ୟୁ ହୋଇଥିବା ଏଟା ସିଏମଓ ଉମେଶ ତ୍ରିପାଠୀ ନିଶ୍ଚିତ କରିଛନ୍ତି। ତେବେ ବେସରକାରୀ ଭାବେ ମୃତ୍ୟୁ ସଂଖ୍ୟା ୪୦ରୁ ଅଧିକ ବୋଲି କୁହାଯାଉଛି। ସେହିପରି ୧୦୦ରୁ ଅଧିକ ଆହତ ହୋଇଥିବା କୁହାଯାଉଛି।

ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହି ଦୁର୍ଘଟଣାର ନେଇ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଏଡିଜି ଆଗ୍ରା ଏବଂ ଆଲିଗଡର କମିଶନରଙ୍କ ଅଧ୍ୟକ୍ଷତାରେ ଏକ ଅନୁସନ୍ଧାନକାରୀ ଦଳ ଗଠନ କରାଯାଇଛି। ମୃତକଙ୍କ ମଧ୍ୟରେ ୨୫ଜଣ ମହିଳା ଅଛନ୍ତି ବୋଲି କୁହାଯାଉଛି। ଅନେକ ଲୋକ ଆହତ ହୋଇ ଚିକିତ୍ସା ଲାଗି ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି।

ଅତ୍ୟଧିକ ଉତ୍ତାପ ଯୋଗୁ ଦଳାଚକଟା ହୋଇଥିବା ଆଶଙ୍କା କରାଯାଉଛି। ସୂଚନାନୁସାରେ, ପୋଲିସ ଦଳ ଏବଂ ପ୍ରଶାସନିକ ଅଧିକାରୀମାନେ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଛନ୍ତି। ଆହତ ମହିଳା, ଶିଶୁ ଏବଂ ପୁରୁଷଙ୍କୁ ଚେତାଶୂନ୍ୟ ଅବସ୍ଥାରେ ଏଟା, ଆଲିଗଡ, ସିକନ୍ଦରାରାଉ ଡାକ୍ତରଖାନାକୁ ନିଆଯାଇଛି। ପେଣ୍ଡାଲରେ ଅତ୍ୟଧିକ ଉତ୍ତାପ ଏବଂ ଆର୍ଦ୍ରତା ଯୋଗୁ ଏଭଳି ଘଟିଥିବା କୁହାଯାଉଛି।

Leave A Reply

Your email address will not be published.