ପ୍ରମୁଖ ଖବର

ମିଶନ ଶକ୍ତି ଅଧୀନରେ ୫,୦୦୦ ମହିଳାଙ୍କ ପାଇଁ ସ୍ୱୟଂରକ୍ଷା ପ୍ରଶିକ୍ଷଣ ଆରମ୍ଭ
ଆସାମ-କେରଳ-ପୁଡୁଚେରୀରେ ମତଦାନ ସମାପ୍ତ, ଇଭିଏମରେ ସିଲ୍ ହେଲା ନେତାଙ୍କ ଭାଗ୍ୟ
ପୁନଃ ନିର୍ବାଚିତ ହେଲେ ସ୍ନାତକ ପର୍ଯ୍ୟନ୍ତ ମାଗଣା ଶିକ୍ଷା: ଆସାମ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା
ବାଲିଅନ୍ତାରେ ଅତ୍ୟାଧୁନିକ ଜିଆଇଏସ୍‌ ସବଷ୍ଟେସନ ଉଦଘାଟନ, ଆଉ ହେବନି ପାଓ୍ବାର୍‌ କଟ୍

ଆଦିତ୍ୟ ମହାପାତ୍ର ହେଲେ ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ

0

ଭୁବନେଶ୍ବର: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ଭାବେ ଆଦିତ୍ୟ ମହାପାତ୍ରଙ୍କୁ ନିଯୁକ୍ତି ଦିଆଯାଇଛି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ପୂର୍ବରୁ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଥିଲେ ଆଦିତ୍ୟ। ଏବେ ସେ ତାଙ୍କର ବ୍ୟକ୍ତିଗତ ସଚିବ ହୋଇଛନ୍ତି।

ସୂଚନା ଅନୁସାରେ, ପୂର୍ବରୁ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ଥିଲେ ଆଇଏଏସ ଭିକେ ପାଣ୍ଡିଆନ୍। ୨୦୨୪ ନିର୍ବାଚନରେ ଦଳ ତରଫରୁ ସାରା ରାଜ୍ୟରେ ଜୋରଦାର ପ୍ରଚାର କରିଥିଲେ ପାଣ୍ଡିଆନ୍। କିନ୍ତୁ ନିର୍ବାଚନରେ ଦଳର ଶୋଚନୀୟ ପରାଜୟ ହୋଇଥିଲା। ପରେ ଦଳ ଛାଡ଼ିବା ସହ ରାଜନୀତିରୁ ସନ୍ନ୍ୟାସ ନେଇଥିଲେ ଭିକେ ପାଣ୍ଡିଆନ୍।

Leave A Reply

Your email address will not be published.