ପ୍ରମୁଖ ଖବର

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ରେ ଏଆରଟି ସେଂଟର ଉଦ୍‌ଘାଟିତ
ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ୧୭ଟି ନୂତନ ପାଠ୍ୟପୁସ୍ତକକୁ ମିଳିଲା ଅନୁମୋଦନ
କ୍ୟାବିନେଟରେ ୫ବିଭାଗର ୬ପ୍ରସ୍ତାବକୁ ମଞ୍ଜୁରୀ
ବିନା ଅନୁମତିରେ ବିଡିଓ ଓ ତହସିଲଦାର ଛୁଟିରେ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି କଲା ଦିଲ୍ଲୀ ବିମାନବନ୍ଦର
ବାଲେଶ୍ବର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଗ୍ନିକାଣ୍ଡ

ଆଦିତ୍ୟ ମହାପାତ୍ର ହେଲେ ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ

0

ଭୁବନେଶ୍ବର: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ଭାବେ ଆଦିତ୍ୟ ମହାପାତ୍ରଙ୍କୁ ନିଯୁକ୍ତି ଦିଆଯାଇଛି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ପୂର୍ବରୁ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଥିଲେ ଆଦିତ୍ୟ। ଏବେ ସେ ତାଙ୍କର ବ୍ୟକ୍ତିଗତ ସଚିବ ହୋଇଛନ୍ତି।

ସୂଚନା ଅନୁସାରେ, ପୂର୍ବରୁ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ଥିଲେ ଆଇଏଏସ ଭିକେ ପାଣ୍ଡିଆନ୍। ୨୦୨୪ ନିର୍ବାଚନରେ ଦଳ ତରଫରୁ ସାରା ରାଜ୍ୟରେ ଜୋରଦାର ପ୍ରଚାର କରିଥିଲେ ପାଣ୍ଡିଆନ୍। କିନ୍ତୁ ନିର୍ବାଚନରେ ଦଳର ଶୋଚନୀୟ ପରାଜୟ ହୋଇଥିଲା। ପରେ ଦଳ ଛାଡ଼ିବା ସହ ରାଜନୀତିରୁ ସନ୍ନ୍ୟାସ ନେଇଥିଲେ ଭିକେ ପାଣ୍ଡିଆନ୍।

Leave A Reply

Your email address will not be published.