ପ୍ରମୁଖ ଖବର

ଓଡ଼ିଶାରେ ଯାହା ବି କିଛି ପ୍ରତିଷ୍ଠା ହୋଇଛି କଂଗ୍ରେସ ପାଇଁ: ଖଡଗେ
ରାଜ୍ୟରେ କାଲିଠାରୁ ଗଡ଼ିବ ସବୁ ଘରୋଇ ବସ୍‌
ରାଖୀ ପୂର୍ଣ୍ଣିମାରେ ମିଳିବ ସୁଭଦ୍ରା ଯୋଜନାର ୩ୟ କିସ୍ତି
ଆନ୍ଦୋଳନରୁ ଓହରିବାକୁ ସଂଘକୁ ଅନୁରୋଧ କଲେ ପରିବହନ ମନ୍ତ୍ରୀ
ଅବାନ୍ତର ଓ ମିଛ କଥା କହୁଛନ୍ତି ରାହୁଲ: ଆଇନ ମନ୍ତ୍ରୀ
ଅଦାନୀ ପାଇଁ ଶ୍ରୀଜଗନ୍ନାଥଙ୍କ ରଥକୁ ରୋକାଯାଇଛି : ରାହୁଲ ଗାନ୍ଧୀ

ଦାୟିତ୍ୱ ନେବା ପରେ ପ୍ରାରମ୍ଭିକ ବୈଠକ କଲେ ଶ୍ରୀ ଆହୁଜା

0

ଭୁବନେଶ୍ବର: ନୂତନ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା ଦାୟିତ୍ୱ ନେବା ପରେ ଆକ୍ସନ ମୋଡ଼କୁ ଆସିଛନ୍ତି। ଆଜି ସନ୍ଧ୍ୟାରେ ବିଭିନ୍ନ ବିଭାଗର ସଚିବମାନଙ୍କ ସହିତ ଲୋକସେବା ଭବନରେ ପ୍ରାରମ୍ଭିକ ବୈଠକ କରିଛନ୍ତି। ଏହି ଅବସରରେ ସେ ବିଭିନ୍ନ କାର୍ଯ୍ୟ ସୁଚାରୁରୂପେ ସଂପାଦନ କରିବା ପାଇଁ ସମସ୍ତ ସଚିବଙ୍କ ସହଯୋଗ କାମନା କରିଛନ୍ତି। ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ଆହୁଜା କହିଥିଲେ ଯେ, ଓଡ଼ିଶାରେ ପ୍ରଶାସନିକ ବ୍ୟବସ୍ଥାର ସୁନାମ ରହିଛି।

ବୈଠକରେ ଆଗାମୀ ବଜେଟ ଉପସ୍ଥାପନ, ପୁରୀ ରଥଯାତ୍ରାର ସୁପରିଚାଳନା, ମାନ୍ୟବର ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମ ଉପଲକ୍ଷେ ଆନୁଷଙ୍ଗିକ ବ୍ୟବସ୍ଥା ସଂପର୍କରେ ଆଲୋଚନା କରାଯାଇଥିଲା। ବିଭିନ୍ନ ବିଭାଗର କାର୍ଯ୍ୟରେ ଯୋଜନା ଓ କାର୍ଯ୍ୟକ୍ରମର କାର୍ଯ୍ୟକାରିତାରେ ଛୋଟ ଛୋଟ ସମସ୍ୟା ରହୁଥିଲେ କାର୍ଯ୍ୟକୁ ବିଳମ୍ବିତ ନ କରି ଶୀଘ୍ର ଶେଷ କରାଯିବା, କାର୍ଯ୍ୟରେ ସୃଜନଶୀଳତା, ସ୍ବଚ୍ଛତା ଓ ସୁପ୍ରଶାସନ ଦିଗରେ ମୁଖ୍ୟ ଶାସନ ସଚିବ ଆଲୋଚନା କରିଛନ୍ତି।

ବିଭିନ୍ନ ବିଭାଗ ଦାୟିତ୍ୱରେ ଥିବା ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ଶାସନ ସଚିବ, କମିଶନର ତଥା ଶାସନ ସଚିବମାନେ ବିଭିନ୍ନ ଯୋଜନା ଓ କାର୍ଯ୍ୟକ୍ରମ ସଂପର୍କରେ ମୁଖ୍ୟ ଶାସନ ସଚିବଙ୍କ ସହିତ ଆଲୋଚନା କରିଥିଲେ। ବିଭିନ୍ନ କାର୍ଯ୍ୟ ସୁଚାରୁରୂପେ ସଂପାଦନ କରିବା ପାଇଁ ନୂତନ ମୁଖ୍ୟ ଶାସନ ସଚିବ ସମସ୍ତ ସଚିବ ମାନଙ୍କର ସହଯୋଗ କାମନା କରିଛନ୍ତି। ଏଥିସହ ଓଡ଼ିଶାର ରାଜ୍ୟପାଳ ଶ୍ରୀ ରଘୁବର ଦାସଙ୍କୁ ନୂତନ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା ଆଜି ସନ୍ଧ୍ୟାରେ ସୌଜନ୍ୟମୂଳକ ସାକ୍ଷାତ କରି ଆଲୋଚନା କରିଛନ୍ତି।

Leave A Reply

Your email address will not be published.