ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ମାଷ୍ଟରକ୍ୟାଣ୍ଟିନ ଛକରେ ବିଜେପି-କଂଗ୍ରେସ ମୁହାଁମୁହିଁ

0

ଭୁବନେଶ୍ଵର: ରାଜଧାନୀ ଭୁବନେଶ୍ଵରର ମାଷ୍ଟର କ୍ୟାଣ୍ଟିନ ଛକ ପାଲଟିଲା ରଣକ୍ଷେତ୍ର। ମାଷ୍ଟର କ୍ୟାଣ୍ଟିନରେ ମୁହାଁମୁହିଁ ହୋଇଛନ୍ତି ବିଜେପି ଓ କଂଗ୍ରେସ କର୍ମୀ। ରାହୁଲଙ୍କ ହିନ୍ଦୁ ବିରୋଧୀ ମନ୍ତବ୍ୟ ପାଇଁ ହଙ୍ଗାମା ହୋଇଥିବା ସୂଚନା। ପୋଲିସ ଉପସ୍ଥିତିରେ ପରସ୍ପର ଉପରକୁ ଟେକାପଥର, ଗୋବର ମାଡ଼ କରିଛନ୍ତି ଉଭୟ ଦଳର କର୍ମୀ।

ସୂଚନାଯୋଗ୍ୟ ଯେ, ଗତକାଲି ସଂସଦରେ ବିଜେପି ଓ ଆରଏସଏସକୁ ହିନ୍ଦୁ ବିରୋଧୀ କହିଥିଲେ କଂଗ୍ରେସ ନେତା ରାହୁଲ ଗାନ୍ଧୀ। ତାଙ୍କର ଏହି ମନ୍ତବ୍ୟ ବିରୁଦ୍ଧରେ ଦେଶବ୍ୟାପୀ ପ୍ରତିବାଦ ଜାରି ରଖିଛି ବିଜେପି। ତେବେ ରାହୁଲଙ୍କ ସେହି ମନ୍ତବ୍ୟକୁ ନେଇ ଭୁବନେଶ୍ଵରରେ ଉଭୟ କର୍ମୀ ମୁହାଁମୁହିଁ ହୋଇଥିବା ଦେଖିବାକୁ ମିଳିଛି। ଘଟଣାସ୍ଥଳରେ ପୋଲିସ ଉପସ୍ଥିତ ଥିଲେ ମଧ୍ୟ ସ୍ଥିତି ନିୟନ୍ତ୍ରଣ କରିବାରେ ବିଫଳ ହୋଇଛି।

Leave A Reply

Your email address will not be published.