ପ୍ରମୁଖ ଖବର

ମିଳିବ ସୁଭଦ୍ରା ଟଙ୍କା,ମାତିଲେଣି ସାଇବର ଠକ, ସତର୍କ କଲେ ଉପମୁଖ୍ୟମନ୍ତ୍ରୀ
ଏବେ ମହଙ୍ଗା ହୋଇଛି ଖାଇବା ତେଲ, ଲିଟର ପିଛା ୨୦ଟଙ୍କା ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର
କାକଟପୁରରେ କୁଣ୍ଢେଇ ବଜାର ସାହୁ ଜୁଏଲାରୀ ମାଲିକ ନିରଞ୍ଜନ ସାହୁଙ୍କୁ ଦୁଇ ରାଉଣ୍ଡ ଗୁଳିମାଡ଼
ମଙ୍ଗଳବାର ଓଡ଼ିଶା ଆସୁଛନ୍ତି ମୋଦି, ଜନ୍ମଦିନରେ ସୁଭଦ୍ରା ଯୋଜନାର କରିବେ ଶୁଭାରମ୍ଭ
ରାଜଧାନୀ ଭୁବନେଶ୍ୱରରେ ବେପରୁଆ ଡ୍ରାଇଭିଂ କରିବାରୁ ୫ ଜଣଙ୍କୁ ଗିରଫ କରିଛି କମିଶନରେଟ ପୋଲିସ
ଆମେରିକାର ରାଷ୍ଟ୍ରପତି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପଙ୍କୁ ଦ୍ଵିତୀୟ ଥରେ ପାଇଁ ଗୁଳିମାଡ଼
ରାୟଗଡ଼ା ଜିଲ୍ଲା କେଉଟଗୁଡା ରେଳଷ୍ଟେସନ ନିକଟରେ ଭୁସ୍ଖଳନ, ଲଗାଣ ବର୍ଷାରୁ ଭୁସ୍ଖଳନ ଘଟି ରେଳ ଚଳାଚଳ ବାଧାପ୍ରାପ୍ତ

ରଥଯାତ୍ରା ପାଇଁ ୨ ଦିନ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

0

ପୁରୀ: ରଥଯାତ୍ରା ପାଇଁ ୨ ଦିନ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି। ମଙ୍ଗଳବାର ପୁରୀରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି। ଛୁଟି ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରିବାକୁ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏଥର ରଥଯାତ୍ରା ୨ ଦିନ ଥିବାରୁ ଏହାକୁ ଦୃଷ୍ଠିରେ ରଖି ୭ ଏବଂ ୮ ତାରିଖ ଛୁଟି ଘୋଷଣା କରାଯାଇଛି।

ରଥଯାତ୍ରା ନେଇ ପୁରୀ ଟାଉନ ହଲରେ ମଙ୍ଗଳବାର ସ୍ୱତନ୍ତ୍ର ସମୀକ୍ଷା ବୈଠକ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବିଭିନ୍ନ ବିଭାଗୀୟ ମନ୍ତ୍ରୀ ଓ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଉପସ୍ଥିତିରେ ଏହି ବୈଠକ ଅନୁଷ୍ଠିତ ହୋଇସାରିଛି। ଏହି ବୈଠକରେ ମହାପ୍ରଭୁଙ୍କ ସେବାୟତ ମାନେ ମଧ୍ୟ ଉପସ୍ଥିତ ରହିଥିଲେ। ତ୍ରୁଟିଶୂନ୍ୟ ଭାବେ ରଥଯାତ୍ରା କିଭଳି ସଂପନ୍ନ ହେବ ସେ ପାଇଁ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏପରିକି ସରକାରୀ ଅଧିକାରୀମାନଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ନିର୍ଦ୍ଦେଶ ଦେଇଛନ୍ତି।

ସୂଚନା ଅନୁଯାୟୀ, ୧୯୭୧ ମସିହା ପରେ ଚଳିତବର୍ଷ ଏଭଳି ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ଯେଉଁଥିରେ ମହାପ୍ରଭୁ ୧୩ ଦିନିଆ ଅଣସର ବିଜେ କରିବେ। ଏଥିସହିତ ଗୋଟିଏ ଦିନରେ ନେତ୍ରୋତ୍ସବ,ନବଯୌବନ ଦର୍ଶନ ଓ ଶ୍ରୀଗୁଣ୍ଡିଚା ଯାତ୍ରା ପଡୁଛି। ତେଣୁ ଏଥର ୧୯୭୧ ଆଧାରରେ ସମସ୍ତ କାର୍ଯ୍ୟ ହେବ। ଯେଉଁଥିରେ ରଥଯାତ୍ରା ବିଳମ୍ବରେ ପଡୁଛି । ଅର୍ଥାତ୍ ଅପରାହ୍ଣ ୫ଟାରେ ରଥଟଣା କାର୍ଯ୍ୟକ୍ରମ ରହିଛି। ତେଣୁ ଏଥର ୨ ଦିନ ରଥଯାତ୍ରା ପଡିଛି। ଯାହାକୁ ନେଇ ଏମିତି କିଛି ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଜୁଲାଇ ୭ ଓ ୮ ତାରିଖକୁ ସରକାରୀ ଛୁଟି ଘୋଷଣା କରିଛନ୍ତି।

Leave A Reply

Your email address will not be published.