ପ୍ରମୁଖ ଖବର

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ

ରଥଯାତ୍ରାରେ ଯୋଗଦେବେ ମହାମହିମ

0

୭ତାରିଖରେ ପୁରୀ ଗସ୍ତ କରି ଅପରାହ୍ନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଦର୍ଶନ କରିବେ

ଭୁବନେଶ୍ବର: ଏଥର ପୁରୀରେ ରଥଯାତ୍ରା ଦେଖିବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ଆଜି ରାଜ୍ୟ ପ୍ରଶାସନିକସ୍ତରରେ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ରାଷ୍ଟ୍ରପତି ୭ତାରିଖରେ ପୁରୀରେ ରଥଯାତ୍ରା ଦେଖିବା ସହ ୮ତାରିଖ ସକାଳେ ପୁରୀ ସମୁଦ୍ର କୂଳରେ ପ୍ରାତଃଭ୍ରମଣ କରିବାର କାର୍ଯ୍ୟକ୍ରମ ରହିଛି।

ଆଜି ନବନିଯୁକ୍ତ ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଏନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଜୁଲାଇ ୬ରୁ ୯ ତାରିଖ ପର୍ଯ୍ୟନ୍ତ ୪ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି। ଆସନ୍ତା ୬ ତାରିଖ ଦିନ ଓଡ଼ିଶାରେ ପହଞ୍ଚିବେ ମହାମହିମ ରାଷ୍ଟ୍ରପତି। ଓଡ଼ିଶାରେ ପହଞ୍ଚିବା ପରେ ପ୍ରଥମେ ଗୋପବନ୍ଧୁଙ୍କ ୯୭ତମ ଶ୍ରାଦ୍ଧବାର୍ଷିକୀରେ ଯୋଗଦେବେ। ତା’ପରଦିନ ଅର୍ଥାତ ୭ ତାରିଖ ରଥଯାତ୍ରା ଦିନ ପୁରୀକୁ ଗସ୍ତ କରିବା ସହ ସେହିଦିନ ଅପରାହ୍ନରେ ରଥଯାତ୍ରା ଦେଖିବେ ମହାମହିମ ଦ୍ରୌପଦୀ ମୁର୍ମୁ। ଏହାପରେ ଜୁଲାଇ ୮ ତାରିଖ ଦିନ ସକାଳୁ ପୁରୀ ବେଳାଭୂମିରେ ମର୍ଣ୍ଣିଂ ୱାକ୍ କରିବାର କାର୍ଯ୍ୟକ୍ରମ ରହିଛି।

ଏହାପରେ ସେ ଭୁବନେଶ୍ୱର ଫେରି ପୂର୍ବାହ୍ନରେ ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା ପରିଦର୍ଶନ କରିବା ସହ ବିକେ କଲେଜ ଅଫ ଆର୍ଟ ଆଣ୍ଡ କ୍ରାଫଟସ୍ ଛାତ୍ରଛାତ୍ରୀମାନଙ୍କ ସହ ବାର୍ତ୍ତାଳାପ କରିବେ। ସେହିଦିନ ଅପରାହ୍ନରେ ଭୁବନେଶ୍ୱରର ମେଣ୍ଢାଶାଳ ହରିଡ଼ାମଡ଼ାସ୍ଥିତ ଡିଭାଇନ୍ ରିଟ୍ରିଟ୍ ସେଂଟରଠାରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବେ ବୋଲି ଜଣାପଡ଼ିଛି। ୯ତାରିଖ ପୂର୍ବାହ୍ନରେ ଜଟଣୀସ୍ଥିତ ନାଇଜରର ସ୍ନାତକ ସମାରୋହ ଉତ୍ସବରେ ଯୋଗ ଦେଇ ଅପରାହ୍ନରେ ନୂଆଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି।

Leave A Reply

Your email address will not be published.