ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଡା. ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡଙ୍ଗୀ ହେବେ ଝାଡଖଣ୍ଡ ହାଇକୋର୍ଟର ମୁଖ୍ୟ ବିଚାରପତି

0

କଟକ: ଓଡିଶା ହାଇକୋର୍ଟର ବିଚାରପତି ଡା. ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡଙ୍ଗୀ ହେବେ ଝାଡଖଣ୍ଡ ହାଇକୋର୍ଟର ମୁଖ୍ୟ ବିଚାରପତି। ଏନେଇ ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଗତ ଡିସେମ୍ବର ୨୭ ତାରିଖରେ ଝାଡଖଣ୍ଡ ହାଇକୋର୍ଟର ମୁଖ୍ୟ ବିଚାରପତି ପାଇଁ ଜଷ୍ଟିସ ଷଡଙ୍ଗୀଙ୍କ ନାଁ ସୁପ୍ରିମକୋର୍ଟ କଲେଜିୟମ ସୁପାରିଶ କରିଥିଲେ। ଏବେ ରାଷ୍ଟ୍ରପତିଙ୍କ ଅନୁମୋଦନ ପରେ ସୂଚନା  ଦେଇଛନ୍ତି କେନ୍ଦ୍ର ଆଇନ ମନ୍ତ୍ରୀ।

ସୂଚନାଯୋଗ୍ୟ, ୧୯୮୫ ରେ ଓକିଲାତି ଜୀବନ ଆରମ୍ଭ କରିଥିବା ଜଷ୍ଟିସ ଷଡଙ୍ଗୀ ୨୦୧୩ ମସିହାରେ ଓଡିଶା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଥିଲେ। ବହୁ ଗୁରୁତ୍ୱପୂର୍ଣ୍ଣ ମାମଲାର ରାୟ ଦେଇଥିବା ବେଳେ ପୂର୍ବରୁ କିଛି ମାସ ପାଇଁ ଓଡ଼ିଶା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ମଧ୍ୟ ଦାୟିତ୍ୱ ତୁଳାଇଛନ୍ତି।

Leave A Reply

Your email address will not be published.