ପ୍ରମୁଖ ଖବର

ଫାର୍ମା କମ୍ପାନୀ ଫ୍ୟାକ୍ଟ୍ରି ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୩୪କୁ ବୃଦ୍ଧି
ବିଏମସି କମିଶନର ଆକ୍ରମଣ ଘଟଣାରେ ସଫେଇ କର୍ମଚାରୀଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ
ଶରଧାବାଲି ଅଘଟଣ ପରେ ଆଜି ପୁରୀ ଯିବେ ମୁଖ୍ୟମନ୍ତ୍ରୀ
ଶସ୍ତା ହେଲା ଏଲପିଜି ସିଲିଣ୍ଡର
ମୃତ୍ତିକା ସଂରକ୍ଷଣ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗ୍‌ ଗିରଫ
ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟିରେ ଗଲେ ୮ ଜିଲ୍ଲାର ଓଏସ ଓ ଓଆରଏସ ଅଫିସର
ବାଣ ତିଆରି କାରଖାନାରେ ବିସ୍ଫୋରଣ; ୫ ମୃତ
୨ ଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି
ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡାରେ ବାଜିମାରିଲେ ଓଡ଼ିଶା ପୋଲିସ କନଷ୍ଟେବଳ

ପୁଣି ଥରେ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହେବେ ହେମନ୍ତ ସୋରେନ

0

ଝାଡଖଣ୍ଡ: ହେମନ୍ତ ସୋରେନ ପୁଣି ଥରେ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହେବେ। ଆଜି ଇଣ୍ଡିଆ ମେଣ୍ଟର ବିଧାୟକମାନଙ୍କୁ ନେଇ ରାଞ୍ଚିରେ ଜରୁରୀ ବୈଠକ ବସିଥିଲା। ଏହି ବୈଠକରେ ମେଣ୍ଟ ଦଳର ନେତା ଭାବରେ ଚୟନ ହୋଇଛନ୍ତି। ତେବେ ସେ ମୁଖ୍ୟମନ୍ତ୍ରୀ ହେବା ନେଇ ସରକାରୀ ଘୋଷଣା ଖୁବ ଶୀଘ୍ର ହେବ ।

ହେମନ୍ତ ସୋରେନଙ୍କ ଏହି ଉଚ୍ଚସ୍ତରୀୟ ବୈଠକରେ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ, ଝାଡଖଣ୍ଡର କଂଗ୍ରେସ ଦାୟିତ୍ୱରେ ଥିବା ଗୁଲାମ ଅହମ୍ମଦ ମୀର ଏବଂ ରାଜ୍ୟ ସଭାପତି ରାଜେଶ ଠାକୁର ମଧ୍ୟ ଉପସ୍ଥିତ ଅଛନ୍ତି। ହେମନ୍ତ ସୋରେନଙ୍କ ସହ ଗୁଲାମ ଅହମ୍ମଦ ମୀର ଏବଂ ରାଜ୍ୟ ସଭାପତି ରାଜେଶ ଠାକୁରଙ୍କ ବୈଠକ ବେଳର ଚିତ୍ର ମଧ୍ୟ ସାମ୍ନାକୁ ଆସିଛି। ସବୁ କଳ୍ପନାଜଳ୍ପନାର ଅନ୍ତଘଟାଇ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ ଇସ୍ତଫା ଦେଇଛନ୍ତି। ଫଳରେ ହେମନ୍ତ ମୁଖ୍ୟମନ୍ତ୍ରୀ ହେବା ବାଟ ସଫା ହୋଇଯାଇଛି।

ଚମ୍ପାଇ ସୋରେନ ରାଜ୍ୟପାଳ ରାଜ୍ୟପାଳ ସିପି ରାଧାକ୍ରିଷ୍ଣନଙ୍କୁ ଭେଟି ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ଏହା ସହିତ ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) କାର୍ଯ୍ୟନିର୍ବାହୀ ସଭାପତି ହେମନ୍ତ ସୋରେନ ସରକାର ଗଠନ ପାଇଁ ଦାବି କରିଛନ୍ତି। ଗଣମାଧ୍ୟମ ରିପୋର୍ଟରେ କୁହାଯାଇଛି ଯେ ଚମ୍ପାଇଙ୍କ ଇସ୍ତଫା ପରେ ନୂତନ ସରକାର ଗଠନ ପାଇଁ ଔପଚାରିକତା ମଧ୍ୟ ଆନୁଷ୍ଠାନିକତା ଭାବେ ଆରମ୍ଭ ହୋଇଛି।

ସୂଚନାଥାଉକି, ହେମନ୍ତଙ୍କୁ ଏନ୍‌ଫୋର୍ସମେଣ୍ଟ ଡାଇରେକ୍ଟୋରେଟ୍‌ (ଇଡି) ଗିରଫ କରିବା ପରେ ତାଙ୍କର ଘନିଷ୍ଠ ସହଯୋଗୀ ଚମ୍ପାଇ ସୋରେନଙ୍କୁ ରାଜ୍ୟ କମାଣ୍ଡ ହସ୍ତାନ୍ତର କରାଯାଇଥିଲା। ବର୍ତ୍ତମାନ ମୁକ୍ତ ହେବା ପରେ ହେମନ୍ତ ସୋରେନ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି।

ଜାନୁଆରୀ ୩୧ରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ତାଙ୍କୁ ଦିଲ୍ଲୀସ୍ଥିତ ବାସଭବନରୁ ଗିରଫ କରିଥିଲା। ପାଞ୍ଚ ମାସ ଧରି ଜେଲରେ ରହିବା ପରେ ହାଇକୋର୍ଟରୁ ତାଙ୍କୁ ବେଲ୍ ମିଳିଛି। ଜୁନ୍ ୨୮ରେ ହାଇକୋର୍ଟ ବେଲ୍ ଦେବା ପରେ ଜାମିନରେ ମୁକୁଳିଛନ୍ତି ସୋରେନ୍। ଜାମିନରେ ଆସିବା ପରେ ବର୍ତ୍ତମାନ ସେ ମୁଖ୍ୟମନ୍ତ୍ରୀ ହେବା ନେଇ ଚର୍ଚ୍ଚା ହେଉଛି। ଆଜି ଇଣ୍ଡିଆ ମେଣ୍ଟର ବିଧାୟକମାନଙ୍କୁ ନେଇ ରାଞ୍ଚିରେ ଜରୁରୀ ବୈଠକ ବସିଥିଲା, ଯେଉଁଥିରେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ମଧ୍ୟ ଯୋଗଦେଇଥିଲେ। ଏହି ବୈଠକ ପରେ ସୋରେନ ଆଉ ଥରେ ମୁଖ୍ୟମନ୍ତ୍ରୀ ହୋଇପାରନ୍ତି ବୋଲି କୁହାଯାଉଛି।

Leave A Reply

Your email address will not be published.