ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ପୁଣି ଥରେ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହେବେ ହେମନ୍ତ ସୋରେନ

0

ଝାଡଖଣ୍ଡ: ହେମନ୍ତ ସୋରେନ ପୁଣି ଥରେ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହେବେ। ଆଜି ଇଣ୍ଡିଆ ମେଣ୍ଟର ବିଧାୟକମାନଙ୍କୁ ନେଇ ରାଞ୍ଚିରେ ଜରୁରୀ ବୈଠକ ବସିଥିଲା। ଏହି ବୈଠକରେ ମେଣ୍ଟ ଦଳର ନେତା ଭାବରେ ଚୟନ ହୋଇଛନ୍ତି। ତେବେ ସେ ମୁଖ୍ୟମନ୍ତ୍ରୀ ହେବା ନେଇ ସରକାରୀ ଘୋଷଣା ଖୁବ ଶୀଘ୍ର ହେବ ।

ହେମନ୍ତ ସୋରେନଙ୍କ ଏହି ଉଚ୍ଚସ୍ତରୀୟ ବୈଠକରେ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ, ଝାଡଖଣ୍ଡର କଂଗ୍ରେସ ଦାୟିତ୍ୱରେ ଥିବା ଗୁଲାମ ଅହମ୍ମଦ ମୀର ଏବଂ ରାଜ୍ୟ ସଭାପତି ରାଜେଶ ଠାକୁର ମଧ୍ୟ ଉପସ୍ଥିତ ଅଛନ୍ତି। ହେମନ୍ତ ସୋରେନଙ୍କ ସହ ଗୁଲାମ ଅହମ୍ମଦ ମୀର ଏବଂ ରାଜ୍ୟ ସଭାପତି ରାଜେଶ ଠାକୁରଙ୍କ ବୈଠକ ବେଳର ଚିତ୍ର ମଧ୍ୟ ସାମ୍ନାକୁ ଆସିଛି। ସବୁ କଳ୍ପନାଜଳ୍ପନାର ଅନ୍ତଘଟାଇ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ ଇସ୍ତଫା ଦେଇଛନ୍ତି। ଫଳରେ ହେମନ୍ତ ମୁଖ୍ୟମନ୍ତ୍ରୀ ହେବା ବାଟ ସଫା ହୋଇଯାଇଛି।

ଚମ୍ପାଇ ସୋରେନ ରାଜ୍ୟପାଳ ରାଜ୍ୟପାଳ ସିପି ରାଧାକ୍ରିଷ୍ଣନଙ୍କୁ ଭେଟି ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ଏହା ସହିତ ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) କାର୍ଯ୍ୟନିର୍ବାହୀ ସଭାପତି ହେମନ୍ତ ସୋରେନ ସରକାର ଗଠନ ପାଇଁ ଦାବି କରିଛନ୍ତି। ଗଣମାଧ୍ୟମ ରିପୋର୍ଟରେ କୁହାଯାଇଛି ଯେ ଚମ୍ପାଇଙ୍କ ଇସ୍ତଫା ପରେ ନୂତନ ସରକାର ଗଠନ ପାଇଁ ଔପଚାରିକତା ମଧ୍ୟ ଆନୁଷ୍ଠାନିକତା ଭାବେ ଆରମ୍ଭ ହୋଇଛି।

ସୂଚନାଥାଉକି, ହେମନ୍ତଙ୍କୁ ଏନ୍‌ଫୋର୍ସମେଣ୍ଟ ଡାଇରେକ୍ଟୋରେଟ୍‌ (ଇଡି) ଗିରଫ କରିବା ପରେ ତାଙ୍କର ଘନିଷ୍ଠ ସହଯୋଗୀ ଚମ୍ପାଇ ସୋରେନଙ୍କୁ ରାଜ୍ୟ କମାଣ୍ଡ ହସ୍ତାନ୍ତର କରାଯାଇଥିଲା। ବର୍ତ୍ତମାନ ମୁକ୍ତ ହେବା ପରେ ହେମନ୍ତ ସୋରେନ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି।

ଜାନୁଆରୀ ୩୧ରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ତାଙ୍କୁ ଦିଲ୍ଲୀସ୍ଥିତ ବାସଭବନରୁ ଗିରଫ କରିଥିଲା। ପାଞ୍ଚ ମାସ ଧରି ଜେଲରେ ରହିବା ପରେ ହାଇକୋର୍ଟରୁ ତାଙ୍କୁ ବେଲ୍ ମିଳିଛି। ଜୁନ୍ ୨୮ରେ ହାଇକୋର୍ଟ ବେଲ୍ ଦେବା ପରେ ଜାମିନରେ ମୁକୁଳିଛନ୍ତି ସୋରେନ୍। ଜାମିନରେ ଆସିବା ପରେ ବର୍ତ୍ତମାନ ସେ ମୁଖ୍ୟମନ୍ତ୍ରୀ ହେବା ନେଇ ଚର୍ଚ୍ଚା ହେଉଛି। ଆଜି ଇଣ୍ଡିଆ ମେଣ୍ଟର ବିଧାୟକମାନଙ୍କୁ ନେଇ ରାଞ୍ଚିରେ ଜରୁରୀ ବୈଠକ ବସିଥିଲା, ଯେଉଁଥିରେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ମଧ୍ୟ ଯୋଗଦେଇଥିଲେ। ଏହି ବୈଠକ ପରେ ସୋରେନ ଆଉ ଥରେ ମୁଖ୍ୟମନ୍ତ୍ରୀ ହୋଇପାରନ୍ତି ବୋଲି କୁହାଯାଉଛି।

Leave A Reply

Your email address will not be published.