ପ୍ରମୁଖ ଖବର

ମାର୍ଚ୍ଚରୁ ଆରମ୍ଭ ହେବ ବାରିପଦାରୁ ଭୁବନେଶ୍ଵର ଏୟାର ଟ୍ୟାକ୍ସି ସେବା
ବଳଦେବଜୀଉଙ୍କ ରଥ ନିର୍ମାଣ ପାଇଁ ୧ କୋଟି ଟଙ୍କା ମଞ୍ଜୁର
ପଶ୍ଚିମବଙ୍ଗ ନିର୍ବାଚନରେ ନିୟୋଜିତ ହେବାକୁ ଥିବା ସିଏପିଏଫ୍‍ କର୍ମଚାରୀଙ୍କ ଯାନବାହାନରେ ଲାଗିବ ଜିପିଏସ୍‍
ଏନସିଇଆରଟିର ୮ମ ଶ୍ରେଣୀ ପାଠ୍ୟପୁସ୍ତକକୁ ନେଇ ସୁପ୍ରିମକୋର୍ଟର ଅସନ୍ତୋଷ
ଦିଲ୍ଲୀ କୋର୍ଟଙ୍କ ନିର୍ଦ୍ଦେଶ: ଶିଖର ଧାୱନଙ୍କୁ ୫.୨ କୋଟି ଟଙ୍କା ଫେରାଇବେ ପୂର୍ବତନ ପତ୍ନୀ
ଇସ୍ରାଏଲ୍‌ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
କୁବେର ଖଣି ଅଧିକାରୀ ଦେବବ୍ରତ ମହାନ୍ତି ଗିରଫ,ଘରୁ ମିଳିଲା ବିଡ଼ା ବିଡ଼ା ଟଙ୍କା

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଚାଲିଛି ଗୁରୁତ୍ବପୂର୍ଣ୍ଣ ବୈଠକ

0

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଚାଲିଛି ଗୁରୁତ୍ବପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ଯ୍ୟାଳୟ ରାଜ୍ୟ ଅତିଥି ଭବନରେ ଏହି ବୈଠକ ଜାରି ରହିଛି। ବୈଠକରେ ଦୁଇ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓଙ୍କ ସମେତ ଅଧିକାଂଶ ବିଭାଗର ମନ୍ତ୍ରୀମାନେ ଉପସ୍ଥିତ ଅଛନ୍ତି। ଆଗକୁ ବିଭାଗ ଅନୁସାରେ କିଭଳି କାମ କରାଯିବ ସେନେଇ ଆଲୋଚନା କରାଯାଉଛି। ୧୦୦ ଦିନିଆ କାର୍ଯ୍ୟ ଖସଡ଼ା ନେଇ ଆଲୋଚନା ଜାରି ରହିଥିବା ଜଣାପଡ଼ିଛି।

ମନ୍ତ୍ରୀମାନଙ୍କୁ ନେଇ ମୁଖ୍ୟମନ୍ତ୍ରୀ ଏହି ବୈଠକ କରୁଥିବା ବେଳେ ଏଥିରେ ସ୍ବାସ୍ଥ୍ୟ, ରାଜସ୍ବ, ବିଦ୍ୟାଳୟ ଓ ଗଣଶିକ୍ଷା, ଉଚ୍ଚଶିକ୍ଷା, ପୂର୍ତ୍ତ, ଜଙ୍ଗଲ ଓ ପରିବେଶ ଏବଂ କୃଷି ବିଭାଗର ମନ୍ତ୍ରୀମାନେ ଉପସ୍ଥିତ ଥିବା ଜଣାଯାଇଛି।

Leave A Reply

Your email address will not be published.