ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଚାଲିଛି ଗୁରୁତ୍ବପୂର୍ଣ୍ଣ ବୈଠକ

0

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଚାଲିଛି ଗୁରୁତ୍ବପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ଯ୍ୟାଳୟ ରାଜ୍ୟ ଅତିଥି ଭବନରେ ଏହି ବୈଠକ ଜାରି ରହିଛି। ବୈଠକରେ ଦୁଇ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓଙ୍କ ସମେତ ଅଧିକାଂଶ ବିଭାଗର ମନ୍ତ୍ରୀମାନେ ଉପସ୍ଥିତ ଅଛନ୍ତି। ଆଗକୁ ବିଭାଗ ଅନୁସାରେ କିଭଳି କାମ କରାଯିବ ସେନେଇ ଆଲୋଚନା କରାଯାଉଛି। ୧୦୦ ଦିନିଆ କାର୍ଯ୍ୟ ଖସଡ଼ା ନେଇ ଆଲୋଚନା ଜାରି ରହିଥିବା ଜଣାପଡ଼ିଛି।

ମନ୍ତ୍ରୀମାନଙ୍କୁ ନେଇ ମୁଖ୍ୟମନ୍ତ୍ରୀ ଏହି ବୈଠକ କରୁଥିବା ବେଳେ ଏଥିରେ ସ୍ବାସ୍ଥ୍ୟ, ରାଜସ୍ବ, ବିଦ୍ୟାଳୟ ଓ ଗଣଶିକ୍ଷା, ଉଚ୍ଚଶିକ୍ଷା, ପୂର୍ତ୍ତ, ଜଙ୍ଗଲ ଓ ପରିବେଶ ଏବଂ କୃଷି ବିଭାଗର ମନ୍ତ୍ରୀମାନେ ଉପସ୍ଥିତ ଥିବା ଜଣାଯାଇଛି।

Leave A Reply

Your email address will not be published.