ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ସୋଆ ବିଶ୍ଵବିଦ୍ୟାଳୟର ପ୍ରତିଷ୍ଠାତା ସଭାପତି ପ୍ରଫେସର ଡକ୍ଟର ମନୋଜରଞ୍ଜନ ନାୟକ

0

ଭୁବନେଶ୍ଵର, ଜୁଲାଇ ୩: ବୁଧବାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ସୋଆ ବିଶ୍ବବିଦ୍ୟାଳୟର ପ୍ରତିଷ୍ଠାତା ସଭାପତି ପ୍ରଫେସର ଡକ୍ଟର ମନୋଜରଞ୍ଜନ ନାୟକ।

ଏହି ଅବସରରେ ଏକ ବିକଶିତ ଓଡ଼ିଶା ନିର୍ମାଣ ନିମନ୍ତେ ରାଜ୍ୟର ଶିକ୍ଷା ଓ ସ୍ବାସ୍ଥ୍ୟସେବା କ୍ଷେତ୍ର ଉପରେ ମତ ବିନିମୟ କରିବା ସହ ଏଥିରେ ଶିକ୍ଷା ଓ ଅନୁସନ୍ଧାନ ବିଶ୍ବବିଦ୍ୟାଳୟ କିଭଳି ସହାୟକ ହୋଇପାରିବ ସେ ବିଷୟରେ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଥିଲା। ଏଥି ସହ ଘରୋଇ ସଂସ୍ଥାର ଭୂମିକା ଓ ସରକାରଙ୍କ ମଧ୍ୟରେ ସୁସମ୍ପର୍କ ଉପରେ ମଧ୍ୟ ଆଲୋଚନା ହୋଇଥିଲା। ଏହି ସମୟରେ ଆଇ ଏମ ଏସ ଆଣ୍ଡ ସମ୍ ହସ୍ପିଟାଲର ବରିଷ୍ଠ ଚିକିତ୍ସକ ଡାକ୍ତର ବସନ୍ତ କୁମାର ପତି ମଧ୍ୟ ଉପସ୍ଥିତ ଥିଲେ।

Leave A Reply

Your email address will not be published.