ପ୍ରମୁଖ ଖବର

ୟୁପିଆଇ କାରବାରରେ ନୂଆ ଶୁଳ୍କ ଲାଗୁ ନେଇ ଅନିଶ୍ଚିତତା, ୨୦୨୭ ଯାଏଁ ଘୁଞ୍ଚିପାରେ ତାରିଖ
ନନ୍ଦିଗ୍ରାମରେ ବିଜେପିର ବଡ଼ ବିଜୟ, ୧.୨୨ ଲକ୍ଷ ଭୋଟରେ ଜିତିଲେ ହସିରାଣୀ
ମୋଦିଙ୍କ ନାମରେ ନାମିତ ହେବ ଜେୱର ଅନ୍ତର୍ଜାତୀୟ ବିମାନବନ୍ଦର
ଭାରତୀୟ ପାଇଲଟ୍ ସ୍ମିତ୍ ମଚ୍ଛରଙ୍କୁ ଇସ୍ରାଏଲର ସର୍ବୋଚ୍ଚ ବୀରତ୍ୱ ସମ୍ମାନ

ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ସୋଆ ବିଶ୍ଵବିଦ୍ୟାଳୟର ପ୍ରତିଷ୍ଠାତା ସଭାପତି ପ୍ରଫେସର ଡକ୍ଟର ମନୋଜରଞ୍ଜନ ନାୟକ

0

ଭୁବନେଶ୍ଵର, ଜୁଲାଇ ୩: ବୁଧବାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ସୋଆ ବିଶ୍ବବିଦ୍ୟାଳୟର ପ୍ରତିଷ୍ଠାତା ସଭାପତି ପ୍ରଫେସର ଡକ୍ଟର ମନୋଜରଞ୍ଜନ ନାୟକ।

ଏହି ଅବସରରେ ଏକ ବିକଶିତ ଓଡ଼ିଶା ନିର୍ମାଣ ନିମନ୍ତେ ରାଜ୍ୟର ଶିକ୍ଷା ଓ ସ୍ବାସ୍ଥ୍ୟସେବା କ୍ଷେତ୍ର ଉପରେ ମତ ବିନିମୟ କରିବା ସହ ଏଥିରେ ଶିକ୍ଷା ଓ ଅନୁସନ୍ଧାନ ବିଶ୍ବବିଦ୍ୟାଳୟ କିଭଳି ସହାୟକ ହୋଇପାରିବ ସେ ବିଷୟରେ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଥିଲା। ଏଥି ସହ ଘରୋଇ ସଂସ୍ଥାର ଭୂମିକା ଓ ସରକାରଙ୍କ ମଧ୍ୟରେ ସୁସମ୍ପର୍କ ଉପରେ ମଧ୍ୟ ଆଲୋଚନା ହୋଇଥିଲା। ଏହି ସମୟରେ ଆଇ ଏମ ଏସ ଆଣ୍ଡ ସମ୍ ହସ୍ପିଟାଲର ବରିଷ୍ଠ ଚିକିତ୍ସକ ଡାକ୍ତର ବସନ୍ତ କୁମାର ପତି ମଧ୍ୟ ଉପସ୍ଥିତ ଥିଲେ।

Leave A Reply

Your email address will not be published.