ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଟ୍ରକ୍କୁ ପଛରୁ ପିଟିଲା କାର, ସ୍ୱାମୀ ସ୍ତ୍ରୀ ମୃତ୍ୟୁ, ୨ ଆହତ

0

ଯାଜପୁର: ଯାଜପୁର ଜିଲା ଦେଇ ଯାଇଥିବା ୧୬ ନଂ ଜାତୀୟ ରାଜପଥର ପାଣିକୋଇଲି ଛକ ଶର୍ମା ପେଟ୍ରୋଲ ପମ୍ପ ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି। ଟ୍ରକ୍ ପଛରେ କାର ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୨ ଜଣ ଗୁରୁତର ଆହତ ହୋଇଛନ୍ତି।

ମିଳିଥିବା ସୂଚନା ଅନୁସାରେ ଗତକାଲି ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି। ବାଲେଶ୍ବର ଜିଲ୍ଳା ସୋର ଅଞ୍ଚଳର ଦମ୍ପତି ସୁମାତ୍ରା ଜେନା ଓ ବିନୋଦ ଜେନା କଟକକୁ ବାଲେଶ୍ବର ଫେରିବା ବେଳେ ଯାଜପୁର ପାଣିକୋଇଲି ଛକ ନିକଟରେ ଦୁର୍ଘଟଣା ଘଟିଛି। ଦୁର୍ଘଟଣା ପରେ ସ୍ଥାନୀୟ ଲୋକ ଓ ଅଗ୍ନିଶମ ବିଭାଗ ପହଞ୍ଚି ଉଦ୍ଧାର କରିବା ସହ ସମସ୍ତଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ତେବେ ସେଠାରେ ସୁମାତ୍ରା ଜେନା ଓ ବିନୋଦ ଜେନା (ସ୍ୱାମୀ ଓ ସ୍ତ୍ରୀ)ଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇ ଜଣ ଗୁରୁତରଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

Leave A Reply

Your email address will not be published.