ପ୍ରମୁଖ ଖବର

ଇସ୍ତଫା ଦେବାର ୮ ଦିନରେ ସରକାରୀ ବାସଭବନ ଛାଡିବେ କେଜରିୱାଲ
ଝାଡ଼ଖଣ୍ଡ ଛାତ୍ରଙ୍କ ମୃତ୍ୟୁ ଘଟଣାର ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲେ ହେମନ୍ତ ସୋରେନ
ବଢିଲା ପୋଲିସ ଡିଜି ୱାଇବି ଖୁରାନିଆଙ୍କ କାର୍ଯ୍ୟକାଳ: ୨୦୨୬ ପର୍ଯ୍ୟନ୍ତ ପୋଲିସ ଡିଜି ୱାଇବି ଖୁରାନିଆଙ୍କ କାର୍ଯ୍ୟକାଳ ବଢ଼ାଇଲେ ରାଜ୍ୟ ସରକାର

ମୁଣ୍ଡିଆ ମାରି ଲୋକସେବା ଭବନ କାର୍ଯ୍ୟାଳୟରେ ପ୍ରବେଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

0

ଭୁବନେଶ୍ବର: କାର୍ଯ୍ୟ ଆରମ୍ଭ କରିବାର ଦୀର୍ଘ ୨୦ ଦିନ ପରେ ଆଜି ସରକାରୀ କାର୍ଯ୍ୟାଳୟକୁ ବିଧିବଦ୍ଧ ଭାବେ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ପରେ ମୁଣ୍ଡିଆ ମାରି ସେ ଲୋକସେବା ଭବନରେ ପ୍ରବେଶ କରିଛନ୍ତି। ଲୋକସେବା ଭବନର ତୃତୀୟ ମହଲାରୁ ସେ ଆଜି ବିଧିବଦ୍ଧ ଭାବେ କାର୍ଯ୍ୟ ଆରମ୍ଭ କରିଛନ୍ତି। ରାଜ୍ୟ ପ୍ରଶାସନର ମୁଖ୍ୟାଳୟ ଲୋକସେବା ଭବନର ତୃତୀୟ ମହଲାରେ ଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଆଜିଠାରୁ ମୁଖ୍ୟମନ୍ତ୍ରୀ ମୋହନ କାର୍ଯ୍ୟ କରିବେ। ଏହା ପୂର୍ବରୁ ସେ ଦାୟିତ୍ୱ ନେବା ପରେ ରାଜ୍ୟ ଅତିଥି ଭବନରେ ଅସ୍ଥାୟୀ କାର୍ଯ୍ୟାଳୟରେ କାମ କରୁଥିଲେ। ଆଜି କାର୍ଯ୍ୟାଳୟ ପ୍ରବେଶ ସମୟରେ ମୋହନ ମୁଣ୍ଡିଆ ମାରିବା ସହ ବେଶ ଭାବପ୍ରବଣ ଢଙ୍ଗରେ ପ୍ରବେଶ କରିଥିବା ଦେଖିବାକୁ ମିଳିଥିଲା ।

ମୁଖ୍ୟମନ୍ତ୍ରୀ ମୋହନ ଲୋକସେବା ଭବନରେ ପହଞ୍ଚିବା ପୂର୍ବରୁ ଦୁଇ ଉପମୁଖ୍ୟମନ୍ତ୍ରୀ କେ.ଭି ସିଂହଦେଓ ଓ ପ୍ରଭାତୀ ପରିଡାଙ୍କ ସମେତ ତମାମ ମନ୍ତ୍ରୀମାନେ ପହଞ୍ଚିଥିଲେ। ସେହିପରି ପୁରା ରାଜ୍ୟ ପ୍ରଶାସନ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କରିବା ପାଇଁ ଅପେକ୍ଷା କରିଥିଲା। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ପ୍ରମୁଖ ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରିଥିଲେ। ବିଭିନ୍ନ ବିଭାଗର ମନ୍ତ୍ରୀମାନେ ମଧ୍ୟ ଉପସ୍ଥିତ ଥିଲେ। କାର୍ଯ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିବା ପୂର୍ବରୁ କାର୍ଯ୍ୟାଳୟକୁ ମୁଣ୍ଡିଆ ମାରି ପ୍ରବେଶ କରିଛନ୍ତି ମୋହନ। ପରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ପୁଷ୍ପାଞ୍ଜଳି ଅର୍ପଣ କରିଛନ୍ତି। ବିଭିନ୍ନ ବିଭାଗର ସଚିବ, ଅଧିକାରୀ ଓ ଅନ୍ୟ କର୍ମଚାରୀମାନେ ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରିଥିଲେ।

Leave A Reply

Your email address will not be published.