ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ମୁଣ୍ଡିଆ ମାରି ଲୋକସେବା ଭବନ କାର୍ଯ୍ୟାଳୟରେ ପ୍ରବେଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

0

ଭୁବନେଶ୍ବର: କାର୍ଯ୍ୟ ଆରମ୍ଭ କରିବାର ଦୀର୍ଘ ୨୦ ଦିନ ପରେ ଆଜି ସରକାରୀ କାର୍ଯ୍ୟାଳୟକୁ ବିଧିବଦ୍ଧ ଭାବେ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ପରେ ମୁଣ୍ଡିଆ ମାରି ସେ ଲୋକସେବା ଭବନରେ ପ୍ରବେଶ କରିଛନ୍ତି। ଲୋକସେବା ଭବନର ତୃତୀୟ ମହଲାରୁ ସେ ଆଜି ବିଧିବଦ୍ଧ ଭାବେ କାର୍ଯ୍ୟ ଆରମ୍ଭ କରିଛନ୍ତି। ରାଜ୍ୟ ପ୍ରଶାସନର ମୁଖ୍ୟାଳୟ ଲୋକସେବା ଭବନର ତୃତୀୟ ମହଲାରେ ଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଆଜିଠାରୁ ମୁଖ୍ୟମନ୍ତ୍ରୀ ମୋହନ କାର୍ଯ୍ୟ କରିବେ। ଏହା ପୂର୍ବରୁ ସେ ଦାୟିତ୍ୱ ନେବା ପରେ ରାଜ୍ୟ ଅତିଥି ଭବନରେ ଅସ୍ଥାୟୀ କାର୍ଯ୍ୟାଳୟରେ କାମ କରୁଥିଲେ। ଆଜି କାର୍ଯ୍ୟାଳୟ ପ୍ରବେଶ ସମୟରେ ମୋହନ ମୁଣ୍ଡିଆ ମାରିବା ସହ ବେଶ ଭାବପ୍ରବଣ ଢଙ୍ଗରେ ପ୍ରବେଶ କରିଥିବା ଦେଖିବାକୁ ମିଳିଥିଲା ।

ମୁଖ୍ୟମନ୍ତ୍ରୀ ମୋହନ ଲୋକସେବା ଭବନରେ ପହଞ୍ଚିବା ପୂର୍ବରୁ ଦୁଇ ଉପମୁଖ୍ୟମନ୍ତ୍ରୀ କେ.ଭି ସିଂହଦେଓ ଓ ପ୍ରଭାତୀ ପରିଡାଙ୍କ ସମେତ ତମାମ ମନ୍ତ୍ରୀମାନେ ପହଞ୍ଚିଥିଲେ। ସେହିପରି ପୁରା ରାଜ୍ୟ ପ୍ରଶାସନ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କରିବା ପାଇଁ ଅପେକ୍ଷା କରିଥିଲା। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ପ୍ରମୁଖ ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରିଥିଲେ। ବିଭିନ୍ନ ବିଭାଗର ମନ୍ତ୍ରୀମାନେ ମଧ୍ୟ ଉପସ୍ଥିତ ଥିଲେ। କାର୍ଯ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିବା ପୂର୍ବରୁ କାର୍ଯ୍ୟାଳୟକୁ ମୁଣ୍ଡିଆ ମାରି ପ୍ରବେଶ କରିଛନ୍ତି ମୋହନ। ପରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ପୁଷ୍ପାଞ୍ଜଳି ଅର୍ପଣ କରିଛନ୍ତି। ବିଭିନ୍ନ ବିଭାଗର ସଚିବ, ଅଧିକାରୀ ଓ ଅନ୍ୟ କର୍ମଚାରୀମାନେ ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରିଥିଲେ।

Leave A Reply

Your email address will not be published.