ପ୍ରମୁଖ ଖବର

ଓଡ଼ିଶାରେ ମତଦାତା ଯାଞ୍ଚ ଅଭିଯାନ ଶେଷ ପର୍ଯ୍ୟାୟରେ
ଫ୍ରାନ୍ସରେ ‘ଭାରତ ଇନୋଭେଟ୍ସ ୨୦୨୬’, ବିଶ୍ୱ ମଞ୍ଚରେ ଭାରତୀୟ ଷ୍ଟାର୍ଟଅପ୍
ଡ୍ରୋନ୍‌ରେ ଚିଠି ଓ ପାର୍ସଲ୍ ପରିବହନ: ୨ ଘଣ୍ଟାର କାମ ୭ ମିନିଟ୍‌ରେ
ଝାଡ଼ଖଣ୍ଡର ବନ୍ଦ କୋଇଲା ଖଣିରେ ବିଷାକ୍ତ ଗ୍ୟାସ ଲିକ୍; ୪ ଜଣଙ୍କ ମୃତ୍ୟୁ
ବୁର୍ଲାରେ ଏମସିଏଲ୍ ମହିଳା କର୍ମଚାରୀଙ୍କ ମୃତଦେହ ଉଦ୍ଧାର; ଆତ୍ମହତ୍ୟା ସନ୍ଦେହ
୨୦ରେ ରାଇରଙ୍ଗପୁର ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଧୀରଜ ସେଠ୍‌ ହେବେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
ଆସାମର ଜୋରହାଟରେ IAF AN-32 ବିମାନ ଦୁର୍ଘଟଣା; ୫ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ
ଜାମିନ୍ ଖାରଜ ପରେ ଜେଲ୍ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା
ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ବଦଳିବ ୬୪ ସ୍ଥାନର ଇଂରାଜୀ ନାମ; ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

ପୁଣି ହସ୍ପିଟାଲରେ ଭର୍ତ୍ତି ହେଲେ ଲାଲକୃଷ୍ଣ ଆଡଭାନୀ

0

ନୂଆଦିଲ୍ଲୀ: ପୂର୍ବତନ ଉପପ୍ରଧାନମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଲାଲକୃଷ୍ଣ ଆଡଭାନୀଙ୍କ ସ୍ୱାସ୍ଥ୍ୟାବସ୍ଥା ପୁଣି ଥରେ ଖରାପ ହୋଇଛି। ତାଙ୍କୁ ଦିଲ୍ଲୀର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବରିଷ୍ଠ ନ୍ୟୁରୋଲୋଜିଷ୍ଟ ଡାକ୍ତର ବିନୀତ ସୁରିଙ୍କ ତତ୍ତ୍ୱାବଧାନରେ ତାଙ୍କର ଚିକିତ୍ସା ଚାଲିଛି।

ଆଡଭାନୀଙ୍କୁ ଚଳିତ ବର୍ଷ ମାର୍ଚ୍ଚ ୩୦ରେ ଭାରତ ରତ୍ନ ପ୍ରଦାନ କରାଯାଇଥିଲା। ୨୦୧୫ ରେ ତାଙ୍କୁ ଦେଶର ଦ୍ୱିତୀୟ ସର୍ବୋଚ୍ଚ ବେସାମରିକ ସମ୍ମାନ ପଦ୍ମବିଭୂଷଣ ରେ ସମ୍ମାନିତ କରାଯାଇଥିଲା। ଭାରତ ରତ୍ନ ପାଇବା ଘୋଷଣା ଉପରେ ଆଡଭାନୀ କହିଥିଲେ, ମୁଁ ସମ୍ମାନର ସହ ଭାରତ ରତ୍ନ ଗ୍ରହଣ କରୁଛି।

ରାଜନେତା ସହ ଆଡଭାନୀଙ୍କୁ ମଧ୍ୟ ଜଣେ ଭଲ ବକ୍ତା ମାନଙ୍କ ମଧ୍ୟରେ ଗଣତି କରାଯାଏ । ସେ ସେହି ନେତାମାନଙ୍କ ମଧ୍ୟରୁ ଜଣେ ଯିଏ ରାମ ମନ୍ଦିର ଆନ୍ଦୋଳନରେ ଏକ ବଡ଼ ଭୂମିକା ଗ୍ରହଣ କରିଥିଲେ। ଆଡଭାନୀ ହେଉଛନ୍ତି ସେହି ନେତାମାନଙ୍କ ମଧ୍ୟରୁ ଜଣେ ଯିଏ ଭାରତୀୟ ଜନତା ପାର୍ଟିର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ)ରେ କାମ କରି ସେ ନିଜର ରାଜନୈତିକ କ୍ୟାରିୟର ଆରମ୍ଭ କରିଥିଲେ। ସେ ୩ ଥର ବିଜେପିର ସଭାପତି ମଧ୍ୟ ହୋଇଛନ୍ତି। ଏହା ସହିତ ସେ ଦେଶର ଉପପ୍ରଧାନମନ୍ତ୍ରୀ ମଧ୍ୟ ରହିସାରିଛନ୍ତି।

ସପ୍ତାହେ ପୂର୍ବରୁ ରାତି ପ୍ରାୟ ସାଢ଼େ ୧୦ଟାରେ ଲାଲକୃଷ୍ଣ ଆଡଭାନୀଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଏମ୍ସର ୟୁରୋଲୋଜି ବିଭାଗରେ ଭର୍ତ୍ତି କରାଯାଇଥିଲା। ପରଦିନ ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ସୁଧାର ଆସିବା ପରେ ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇଥିଲା।

Leave A Reply

Your email address will not be published.