ପ୍ରମୁଖ ଖବର

କାଲିଠୁ କ୍ଷୟକ୍ଷତି ଆକଳନ କରାଯିବ: ମନ୍ତ୍ରୀ
ଲାଞ୍ଚ ନେଇ ଧରାପଡ଼ିଲେ ସିଟି-ଜିଏସ୍‌ଟି ଅଧିକାରୀ
ଏସଆଇ ପରୀକ୍ଷା ଜାଲିଆତି: ଗିରଫ ୧୧୪ ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ
ଟ୍ରକ୍‌ ପଛରେ ପିଟି ହେଲା ବସ୍, ଡ୍ରାଇଭର ଓ ହେଲ୍‌ପର ମୃତ
ରାଫେଲରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଉରକେଲା-ରାଞ୍ଚି ସେକ୍ସନରେ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ
ଯୁକ୍ତ ୨ ଫର୍ମ ପୂରଣ ପାଇଁ ଘୁଞ୍ଚିଲା ତାରିଖ

ଏବେ ଓଡ଼ିଆ ଭାଷାରେ ହେବ ସରକାରୀ କାର୍ଯ୍ୟ

0

ଭୁବନେଶ୍ବର: ଏଣିକି ସମସ୍ତ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ ହେବ। ସରକାରୀ ଓ ବେସରକାରୀ ସ୍ତରରେ ଓଡ଼ିଆ ଭାଷାର ବ୍ୟାପକ ବ୍ୟବହାରକୁ ସରଳ ଓ ସୁଗମ କରାଯିବ। ଲୋକସେବା ଭବନରେ ବିଧିବଦ୍ଧ ଭାବରେ ଗୁରୁବାର କାର୍ଯ୍ୟଭାର ସମ୍ଭାଳିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଏହି ସମୟରେ ଓଡ଼ିଆ ଅସ୍ମିତା ସଂରକ୍ଷଣ ଓ ପ୍ରସାରକୁ ଗୁରୁତ୍ୱ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସାହିତ୍ୟ, କଳା, ସଙ୍ଗୀତ ଓ ଲଳିତ କଳା ଏକାଡେମୀର ପୁନଃଗଠନ ହେବା ନେଇ ସେ କହିଛନ୍ତି। ସବୁଠୁ ବଡ଼ କଥା ହେଲା ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ କରାଯିବ।

ସରକାରୀ ସ୍ତରରେ ଓଡ଼ିଆ ଭାଷାର ବ୍ୟବହାରକୁ ବ୍ୟାପକ କରିବାକୁ ଆବଶ୍ୟକ ପଡିଲେ ସରକାରୀ ଭାଷା ଆଇନରେ ସଂଶୋଧନ କରାଯିବ। ଓଡ଼ିଆ ଭାଷା ପ୍ରତିଷ୍ଠାନର ପୁନର୍ଗଠନ କରାଯିବ । ପ୍ରତ୍ୟେକ ଜିଲ୍ଲାରେ ସମକ୍ଷିତ ସଂସ୍କୃତି ଭବନ ନିର୍ମାଣ ସହ ଜିଲ୍ଲାର କଳା ସଂସ୍କୃତିକୁ ପ୍ରୋତ୍ସାହିତ କରାଯିବ। ଉଚ୍ଚ ବିଦ୍ୟାଳୟ ସ୍ତରରେ ଓଡ଼ିଆ ଭାଷା ଶିକ୍ଷକ ନିଯୁକ୍ତି ପାଇଁ ବିଚାର କରାଯିବ।

ଏଥିସହିତ ଓଡ଼ିଆ ଭାଷାର ପ୍ରଚାର ପ୍ରସାର ପାଇଁ ଏକ କମିଶନ ଗଠନ କରାଯିବ। ଭୌତିକ ପ୍ରଗତି ସହ ସାଂସ୍କୃତିକ ପ୍ରଗତି ପ୍ରତି ମଧ୍ୟ ଗୁରୁତ୍ୱ ଦିଆଯିବ। ପ୍ରତି ଜିଲାର କଳା ସଂସ୍କୃତିକୁ ପ୍ରୋତ୍ସାହନ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି। ବିଭିନ୍ନ ଐତିହ୍ୟ ପୀଠର ବିକାଶ ପ୍ରତି ରାଜ୍ୟ ସରକାର ଗୁରୁତ୍ୱ ଦେବେ। ଆବଶ୍ୟକ ପଡ଼ିଲେ ସରକାରୀ ଭାଷା ଆଇନରେ ପରିଣତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Leave A Reply

Your email address will not be published.