ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଏବେ ଓଡ଼ିଆ ଭାଷାରେ ହେବ ସରକାରୀ କାର୍ଯ୍ୟ

0

ଭୁବନେଶ୍ବର: ଏଣିକି ସମସ୍ତ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ ହେବ। ସରକାରୀ ଓ ବେସରକାରୀ ସ୍ତରରେ ଓଡ଼ିଆ ଭାଷାର ବ୍ୟାପକ ବ୍ୟବହାରକୁ ସରଳ ଓ ସୁଗମ କରାଯିବ। ଲୋକସେବା ଭବନରେ ବିଧିବଦ୍ଧ ଭାବରେ ଗୁରୁବାର କାର୍ଯ୍ୟଭାର ସମ୍ଭାଳିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଏହି ସମୟରେ ଓଡ଼ିଆ ଅସ୍ମିତା ସଂରକ୍ଷଣ ଓ ପ୍ରସାରକୁ ଗୁରୁତ୍ୱ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସାହିତ୍ୟ, କଳା, ସଙ୍ଗୀତ ଓ ଲଳିତ କଳା ଏକାଡେମୀର ପୁନଃଗଠନ ହେବା ନେଇ ସେ କହିଛନ୍ତି। ସବୁଠୁ ବଡ଼ କଥା ହେଲା ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ କରାଯିବ।

ସରକାରୀ ସ୍ତରରେ ଓଡ଼ିଆ ଭାଷାର ବ୍ୟବହାରକୁ ବ୍ୟାପକ କରିବାକୁ ଆବଶ୍ୟକ ପଡିଲେ ସରକାରୀ ଭାଷା ଆଇନରେ ସଂଶୋଧନ କରାଯିବ। ଓଡ଼ିଆ ଭାଷା ପ୍ରତିଷ୍ଠାନର ପୁନର୍ଗଠନ କରାଯିବ । ପ୍ରତ୍ୟେକ ଜିଲ୍ଲାରେ ସମକ୍ଷିତ ସଂସ୍କୃତି ଭବନ ନିର୍ମାଣ ସହ ଜିଲ୍ଲାର କଳା ସଂସ୍କୃତିକୁ ପ୍ରୋତ୍ସାହିତ କରାଯିବ। ଉଚ୍ଚ ବିଦ୍ୟାଳୟ ସ୍ତରରେ ଓଡ଼ିଆ ଭାଷା ଶିକ୍ଷକ ନିଯୁକ୍ତି ପାଇଁ ବିଚାର କରାଯିବ।

ଏଥିସହିତ ଓଡ଼ିଆ ଭାଷାର ପ୍ରଚାର ପ୍ରସାର ପାଇଁ ଏକ କମିଶନ ଗଠନ କରାଯିବ। ଭୌତିକ ପ୍ରଗତି ସହ ସାଂସ୍କୃତିକ ପ୍ରଗତି ପ୍ରତି ମଧ୍ୟ ଗୁରୁତ୍ୱ ଦିଆଯିବ। ପ୍ରତି ଜିଲାର କଳା ସଂସ୍କୃତିକୁ ପ୍ରୋତ୍ସାହନ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି। ବିଭିନ୍ନ ଐତିହ୍ୟ ପୀଠର ବିକାଶ ପ୍ରତି ରାଜ୍ୟ ସରକାର ଗୁରୁତ୍ୱ ଦେବେ। ଆବଶ୍ୟକ ପଡ଼ିଲେ ସରକାରୀ ଭାଷା ଆଇନରେ ପରିଣତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Leave A Reply

Your email address will not be published.