ପ୍ରମୁଖ ଖବର

ଫିଫା ବିଶ୍ୱକପ୍ ଫାଇନାଲ୍ ପାଇଁ କେରଳରେ ଶିକ୍ଷାନୁଷ୍ଠାନ ଛୁଟି; ଫୁଟବଲ୍ ପ୍ରେମୀ ଛାତ୍ରଛାତ୍ରୀଙ୍କ ପାଇଁ ସରକାରଙ୍କ ବଡ଼ ନିଷ୍ପତ୍ତି
୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାରରେ ତାମିଲ ସିନେମାର ଜଲୱା; ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ବିଜୟ
ଜମ୍ମୁ-କାଶ୍ମୀରରେ ଭୟଙ୍କର ଆକସ୍ମିକ ବନ୍ୟା: ୧୬ ମୃତ, ଅନେକ ନିଖୋଜ
ମାତୃଭାଷା ସହ ଆଉ ଗୋଟିଏ ଭାରତୀୟ ଭାଷା ଶିଖିବାକୁ ଛାତ୍ରଛାତ୍ରୀଙ୍କୁ ଆହ୍ୱାନ କଲେ ଅମିତ ଶାହ
୧୬ ବର୍ଷରୁ କମ୍ ବୟସ୍କଙ୍କ ପାଇଁ ସୋସିଆଲ ମିଡିଆରେ କଟକଣା ଆଣିପାରନ୍ତି କେନ୍ଦ୍ର ସରକାର
୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର: ଶ୍ରେଷ୍ଠ ଓଡ଼ିଆ ଫିଚର ଫିଲ୍ମ ସମ୍ମାନ ଜିତିଲା ‘ଲହରୀ’
ଜମ୍ମୁ-କାଶ୍ମୀରରେ ବାଦଲଫଟା ବର୍ଷା ଓ ଆକସ୍ମିକ ବନ୍ୟା: ୧୭ ମୃତ, ହାଇ ଆଲର୍ଟ ଜାରି
ଶ୍ରୀମନ୍ଦିରରେ ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର ଅଳଙ୍କାର ଗଣତି ଓ ଥ୍ରୀଡି ସ୍କାନିଂ

ଆସନ୍ତା ୮ ତାରିଖରେ ଖୋଲିବନି ରତ୍ନଭଣ୍ଡାର

0

ପୁରୀ: ଆସନ୍ତା ୮ ତାରିଖରେ ଖୋଲିବନି ରତ୍ନଭଣ୍ଡାର। ସେଦିନ ରଥଯାତ୍ରା ଥିବାରୁ ରତ୍ନଭଣ୍ଡାର ଖୋଲିବାର ସମ୍ଭାବନା ନାହିଁ ବୋଲି କହିଛନ୍ତି ଶ୍ରୀମନ୍ଦିର ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ଅରିଜିତ ପଶାୟତ।ଭୁବନେଶ୍ବରରେ ପହଞ୍ଚିବା ପରେ ଏନେଇ ସ୍ପଷ୍ଟ କରିଛନ୍ତି।

ବିମାନବନ୍ଦରରେ ସାମ୍ବାଦିକଙ୍କ ପ୍ରଶ୍ନର ଉତ୍ତର ଦେଇ ଅବସରପାପ୍ତ ଜଷ୍ଟିସ୍ ଅରିଜିତ୍ ପଶାୟତ କହିଛନ୍ତି, ଆସନ୍ତା ୮ ତାରିଖରେ ରଥ ଯାତ୍ରା ଥିବାରୁ ସେଦିନ ରତ୍ନ ଭଣ୍ଡାର ଖୋଲାଯିବା ଆଶା କ୍ଷୀଣ। ଏ ସମ୍ପର୍କରେ ନିଷ୍ପତ୍ତି ସରକାର ନେବେ। ଯେବେ ସରକାର ନିଷ୍ପତ୍ତି ନେବେ, ସେବେ ରତ୍ନ ଭଣ୍ଡାର ଖୋଲାଯିବ ବୋଲି କହିଛନ୍ତି ଅବସରପାପ୍ତ ବିଚାରପତି ଜଷ୍ଟିସ୍ ଅରିଜିତ୍ ପଶାୟତ। ତେବେ ଆସନ୍ତାକାଲି ତାଙ୍କ ଅଧ୍ଯକ୍ଷତାରେ ରତ୍ନଭଣ୍ଡାର କମିଟିର ଗୁରୁତ୍ୱପୁର୍ଣ୍ଣ ବୈଠକ ବସିବ। ବୈଠକରେ ରତ୍ନଭଣ୍ଡାର ଖୋଲାଗଲେ ଗଣତି ବ୍ଯବସ୍ଥା ସମ୍ପର୍କରେ ଆଲୋଚନା ହେବ। ରାଜ୍ଯ ସରକାର ଯେବେ ଅନୁମତି ଦେବେ ସେବେଠୁ ରତ୍ନଭଣ୍ଡାର ଖୋଲି ଗଣତି କାମ ଆରମ୍ଭ ହେବ। ଜଷ୍ଟିସ ଅରିଜିତ ପଶାୟତ ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ରହିବେ। ଏହି ସମୟରେ ମଧ୍ଯରେ ରତ୍ନଭଣ୍ଡାର ଖୋଲାଯାଇ ଗଣତି ହେବାର ସମ୍ଭାବନା ରହିଛି।

Leave A Reply

Your email address will not be published.