ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

୭ ଜୁଲାଇ ବେଳକୁ ବଙ୍ଗୋପସାଗର ରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା

0

ଭୁବନେଶ୍ବର: ଆସନ୍ତା ୬ ଜୁଲାଇ ପରେ ରାଜ୍ୟ ରେ ବର୍ଷା ବଢିବ। ଆସନ୍ତା ୭ ଜୁଲାଇ ବେଳକୁ ପଶ୍ଚିମ କେନ୍ଦ୍ରୀୟ ତତ୍ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓଡ଼ିଶା ଉପକୂଳ ରେ ଏକ ଘୂର୍ଣ୍ଣିବଳୟ /ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି କ୍ଷେତ୍ର ପ୍ରଭାବ ରେ ୭ ତାରିଖ ରୁ ୧୦ ତାରିଖ ଯାଏଁ ବର୍ଷା ସମ୍ଭାବନା ରହିଛି। ଏହି ସମୟ ରେ ଉପକୂଳ, ଆଭ୍ୟନ୍ତର ଓଡ଼ିଶା ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟ ର କେତେକ ଅଞ୍ଚଳ ରେ ବର୍ଷା ସମ୍ଭାବନା ରହିଛି। ବିଶେଷ କରି ସୁନ୍ଦରଗଡ଼, ସମ୍ୱଲପୁର, ଝାରସୁଗୁଡ଼ା,ବରଗଡ଼, ଅନୁଗୁଳ, ଢେଙ୍କାନାଳ, କେଉଁଝର, ଯାଜପୁର, କଟକ, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଜଗତିସଂହପୁର, ଭଦ୍ରକ, ବାଲେଶ୍ଵର, ମୟୂରଭଞ୍ଜ ଜିଲ୍ଲା ର କେତେକ ଅଞ୍ଚଳ ରେ ପାଗ କେତେକାଂଶ ରେ ମେଘାଚ୍ଛନ୍ନ ରହିବା ସହ ବର୍ଷା ସମ୍ଭାବନା ରହିଛି।

୬ ତାରିଖ ପରେ ବର୍ଷା ପରିମାଣ ଓ ବିସ୍ତୃତି ବୃଦ୍ଧି ପାଇବ। ଜୁନ ୧ ରୁ ଆଜି ଯାଏଁ ରାଜ୍ୟ ରେ ୨୫% କମ୍ ବର୍ଷା ହୋଇଛି।

Leave A Reply

Your email address will not be published.