ପ୍ରମୁଖ ଖବର

କର୍ଣ୍ଣାଟକ ଉପନିର୍ବାଚନ: ସିଦ୍ଦରାମାଇୟାଙ୍କୁ ବିଜେପିର ନିଶାନା
କେନ୍ଦ୍ରାପଡାରେ ନିଖୋଜ ଶିଶୁର ମୃତଦେହ ଉଦ୍ଧାର
“ମୋତେ ଚୁପ୍ କରାଯାଇଛି, କିନ୍ତୁ ମୁଁ ହାର ମାନିନାହିଁ।”: ରାଘବ ଚଡ୍ଡା
ନୂଆ ଅବକାରୀ ନୀତି: ଟେଟ୍ରା ପ୍ୟାକ୍‌ରେ ମଦ ବିକ୍ରୟକୁ ଅନୁମତି
ଏଲ୍‌ପିଜି ସଙ୍କଟ: ସିଲିଣ୍ଡର ବଣ୍ଟନ ପାଇଁ ବାୟୋମେଟ୍ରିକ ବାଧ୍ୟତାମୂଳକ
ପାକିସ୍ତାନରେ ଆତ୍ମଘାତୀ କାର୍ ବୋମା ବିସ୍ଫୋରଣ, ୫ ମୃତ
ଡୋନାଲ୍ଡ ଟ୍ରମ୍ପଙ୍କ ଟାରିଫ୍ ଝଟକା: ଔଷଧ ଉପରେ ୧୦୦% ଶୁଳ୍କ
ବାଣ ଭିଡିବା ବେଳେ ଭୟଙ୍କର ବିସ୍ଫୋରଣ, ୬ ଜଣ ଗୁରୁତର
ସମସ୍ତ ସରକାରୀ କୋଠା ପ୍ରକଳ୍ପରେ ଅଗ୍ନି ନିରାପତ୍ତା ବାଧ୍ୟତାମୂଳକ
ଜନଗଣନା ନ ସରିବା ପର୍ଯ୍ୟନ୍ତ ହେବନି କର୍ମଚାରୀଙ୍କ ବଦଳି

ଓଡ଼ିଶାକୁ ଆସିବେ ୫ ମହାବଳ ବାଘ

0

ଭୁବନେଶ୍ବର: ଓଡ଼ିଶାକୁ ଅଣାଯିବ ୫ ମହାବଳ ବାଘ। ଏ ନେଇ ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସମ୍ବଲପୁର ଜିଲ୍ଲା ଡେବ୍ରିଗନ ଅଭୟାରଣ୍ୟ ପାଇଁ ୩ଟି ଓ ମୟୂରଭଂଜ ଜିଲ୍ଲା ଶିମିଳିପାଳ ଅଭୟାରଣ୍ୟ ପାଇଁ ୨ଟି ମହାବଳ ବାଘ ଆଣିବେ। ଅଗଷ୍ଟ ଶେଷ ସୁଦ୍ଧା ଡେବ୍ରିଗଡ଼ ପାଇଁ ମହାରାଷ୍ଟ୍ର, ମଧ୍ୟପ୍ରଦେଶରୁ ବାଘ ଅଣାଯିବ।ସେହିପରି ଅକ୍ଟୋବର ଶେଷ ସୁଦ୍ଧା ଶିମିଳିପାଳ ପାଇଁ ମଧ୍ୟପ୍ରଦେଶ, ମହାରାଷ୍ଟ୍ରରୁ ବାଘ ଆସିବେ।

ଦିନ କୁ ଦିନ ଓଡ଼ିଶାରେ ବାଘ ସଂଖ୍ୟା ଲୋପ ପାଉଥିବାରୁ ବାଘ ସଂଖ୍ୟା ବୃଦ୍ଧି କରିବା ପାଇଁ ରାଜ୍ୟ ସରକାର ଯୋଜନା କରିଛନ୍ତି । ଅନ୍ୟପଟେ ଶିମିଳିପାଳ ଅଭୟାରଣ୍ୟ ପର୍ଯ୍ୟଟକଙ୍କ ପାଇଁ ଅକ୍ଟୋବର ମାସ ପର୍ଯ୍ୟନ୍ତ ବନ୍ଦ ରହିଛି। ବର୍ଷା ଋତୁ ପାଇଁ ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ବନ୍ଦ ନିଷ୍ପତ୍ତି ନିଆଯାଇଛି।

୨୦୨୩-୨୪ ବ୍ୟାଘ୍ର ଗଣନା ରିପୋର୍ଟ ଅନୁସାରେ ରାଜ୍ୟରେ ୩୦ଟି ବାଘ ଅଛନ୍ତି। ଶିମିଳିପାଳ ବ୍ୟାଘ୍ର ସଂରକ୍ଷିତ ଅଭୟାରଣ୍ୟରେ ୨୭ଟି ବାଘ ଥିଲେ। ଏଥିରୁ ୧୪ଟି ମାଈ ଓ ୧୩ଟି ଅଣ୍ଡିରା। ସେହିପରି ହୀରାକୁଦ ବନ୍ୟପ୍ରାଣୀ ଡିଭିଜନ, ପାରଳାଖେମୁଣ୍ଡି ବନ୍ୟପ୍ରାଣୀ ଡିଭିଜନ ଓ ଗ୍ରେଟର ଶିମିଳିପାଳ ଟାଇଗର ଲାଣ୍ଡସ୍କେପରେ ଗୋଟିଏ ଲେଖାଏଁ ବାଘ ଥିବା ରିପୋର୍ଟରେ କୁହାଯାଇଥିଲା।

Leave A Reply

Your email address will not be published.