ପ୍ରମୁଖ ଖବର

ସୋଆର ୨୦ତମ ପ୍ରତିଷ୍ଠା ଦିବସରେ ବିଶ୍ୱବିଦ୍ୟାଳୟର ସଫଳତା, ଉତ୍କର୍ଷ ଓ ଅଗ୍ରଗତିର ସ୍ମୃତିଚାରଣ
ଏସସିବି ମେଡିକାଲ ଆଇସିୟୁ ଅଗ୍ନିକାଣ୍ଡ ଘଟଣା
ଆଉ ଦୁଇ ମାସ ବଢିଲା ଲକ୍ଷ୍ମୀଧର ବିଶ୍ୱାଳ କମିସନ କାର୍ଯ୍ୟକାଳ
ନବମ ଓ ଦଶମ ଶ୍ରେଣୀ ପିଲାଙ୍କ ପାଇଁ କ୍ୟାରିୟର ଗାଇଡାନ୍ସ
ବୋର୍ଡ ପରୀକ୍ଷା ପରେ କେଉଁ କ୍ଷେତ୍ରରେ କ୍ୟାରିୟର ଗଢିବେ ଛାତ୍ରଛାତ୍ରୀ, ସେ ଦିଗରେ ଦିଆଯିବ ପ୍ରଶିକ୍ଷଣ
ଆୟୁଷ୍ମାନ କାର୍ଡରେ ସ୍ବତନ୍ତ୍ର ସୁବିଧା ପାଇବେ କ୍ୟାନସର ରୋଗୀ
କ୍ୟାନସର ଆରୋଗ୍ୟ ଯୋଜନାରେ ମିଳିବ ସୁବିଧା
ଆୟୁଷ୍ମାନ କାର୍ଡରେ ଯୋଡି ହେବ ନୂଆ ୧୨୧ଟି ପ୍ୟାକେଜ
ରାଜ୍ୟ ପାଣ୍ଠିରୁ ଖର୍ଚ୍ଚ ହେବ ଟଙ୍କା, ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା
ପଞ୍ଚାୟତିରାଜ ବିଭାଗ ନାଁରେ ନକଲି ପଦୋନ୍ନତି ଆଦେଶ ଭାଇରାଲ, ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସରକାର
ଜିପିଡିଓ ଓ ପିଏଙ୍କ ପଦୋନ୍ନତି ନାଁରେ ଘୁରି ବୁଲୁଛି ନକଲି ଆଦେଶ
ଗୃହବିଭାଗକୁ ଏଫ୍‌ଆଇଆର୍‌ ଓ ସାଇବର ତଦନ୍ତ ପାଇଁ ଚିଠି ଲେଖିଲା ପଞ୍ଚାୟତିରାଜ ବିଭାଗ
ଆସନ୍ତାକାଲି ଶ୍ରୀମନ୍ଦିର ରତ୍ନଭଣ୍ଡାର ରତ୍ନ ଅଳଙ୍କାରର ଗଣତି ମଣତି
ପାଠ୍ୟପୁସ୍ତକ ତ୍ରୁଟି ମାମଲା: ଓସେପା ଅଫିସ୍‌ରେ କ୍ରାଇମବ୍ରାଞ୍ଚର ତଦନ୍ତ ଆରମ୍ଭ
ଜଳନ୍ଧରରୁ ୬,୬୦୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
ସରିଲା ପ୍ରଥମ ପର୍ଯ୍ୟାୟ +୨ ନାମଲେଖା; ଏବେ ବି ଖାଲି ୨.୧୮ ଲକ୍ଷ ଆସନ
ଆର୍ଯ୍ୟନ୍‌ ଓ ପାଂଶୁଲ ନିଟ୍‌-ୟୁଜି ୨୦୨୬ର ଯୁଗ୍ମ ଟପ୍ପର୍‌, ଓଡ଼ିଶାର ସାତ୍ତ୍ୱିକ ପଟ୍ଟନାୟକଙ୍କ ଅଲ୍ ଇଣ୍ଡିଆ ରାଙ୍କ ୪୦
ଶରଧାବାଲିରେ ଲାଗିଲା ତିନି ରଥ; ଆସନ୍ତାକାଲି ଆଡ଼ପ ମଣ୍ଡପ ବିଜେ କରିବେ ଚତୁର୍ଦ୍ଧା ମୂର୍ତ୍ତି

ସରକାରୀ କର୍ମଚାରୀଙ୍କର ବଢ଼ିଲା ମହଙ୍ଗା ଭତ୍ତା

0

ଗୁଜୁରାଟ: ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର। ଗୁଜରାଟର ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲ ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଉପହାର ଦେଇଛନ୍ତି। ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ସେ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି କରିବାକୁ ଘୋଷଣା କରିଛନ୍ତି। ସପ୍ତମ ବେତନ ଆୟୋଗ ଅଧୀନରେ ଥିବା କର୍ମଚାରୀଙ୍କ ପାଇଁ ଜାନୁଆରୀ ୧, ୨୦୨୪ ଠାରୁ କାର୍ଯ୍ୟକାରୀ ହେଉଥିବା କେନ୍ଦ୍ରୀୟ ହାର ଆଧାରରେ ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲ ଚାରି ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି ଘୋଷଣା କରିଛନ୍ତି।

ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି ଯେ ଏହି ଭତ୍ତା ବୃଦ୍ଧିରେ ୪.୭୧ ଲକ୍ଷ କର୍ମଚାରୀ ଏବଂ ଗୁଜୁରାଟର ପ୍ରାୟ ୪.୭୩ ଲକ୍ଷ ଅବସରପ୍ରାପ୍ତ କର୍ମଚାରୀ ଉପକୃତ ହେବେ। ଚଳିତ ବର୍ଷ ଜାନୁଆରୀ ୧ରୁ ଜୁନ୍ ୩୦ ପର୍ଯ୍ୟନ୍ତ ଛଅ ମାସ ପାଇଁ ମହଙ୍ଗା ଭତ୍ତା ବକେୟା ଦରମା ସହିତ ତିନୋଟି କିସ୍ତିରେ ଦିଆଯିବ। କର୍ମଚାରୀଙ୍କ ଏହି ଦେୟ ସମାଧାନ ପାଇଁ ରାଜ୍ୟ ସରକାର ମୋଟ ୧୧୨୯.୫୧ କୋଟି ଟଙ୍କା ବଣ୍ଟନ କରିବେ।

ଗୁଜୁରାଟର ଭୁପେନ୍ଦ୍ର ପଟେଲ ସରକାରଙ୍କ ଅନୁଯାୟୀ, ମହଙ୍ଗା ଭତ୍ତା ବୃଦ୍ଧି ପରେ ବର୍ଦ୍ଧିତ ପରିମାଣ ସରକାରୀ କର୍ମଚାରୀଙ୍କୁ କିସ୍ତିରେ ଦିଆଯିବ। ଦରମା ସହିତ କର୍ମଚାରୀଙ୍କ ଆକାଉଣ୍ଟରେ ଡିଏ ରାଶି ଜମା ହେବ। ଆପଣଙ୍କୁ କହିରଖୁଛୁ ଯେ ଗୁଜରାଟ ସରକାର ମହଙ୍ଗା ଭତ୍ତାକୁ ଚାରି ପ୍ରତିଶତ ବୃଦ୍ଧି କରିବା ପରେ ଜାନୁୟାରୀ ଏବଂ ଫେବୃଆରୀର ଦରମା ଜୁଲାଇ ମାସ ଦରମା ସହିତ ଆସିବ। ମାର୍ଚ୍ଚ ଏବଂ ଏପ୍ରିଲର ରାଶି ଆସନ୍ତା ମାସର ଦରମା ସହିତ କର୍ମଚାରୀଙ୍କ ଆକାଉଣ୍ଟରେ ଜମା ହେବ। ସେହିଭଳି ମେ ଏବଂ ଜୁନ୍‌ର ଟଙ୍କା ସେପ୍ଟେମ୍ବର ମାସର ଦରମା ସହିତ ଆସିବ।

Leave A Reply

Your email address will not be published.