ପ୍ରମୁଖ ଖବର

ଗଜପତି: ମହୁମାଛି ଆକ୍ରମଣରେ ୩ ଶ୍ରଦ୍ଧାଳୁ ଗୁରୁତର, ୨୦ରୁ ଊର୍ଦ୍ଧ୍ୱ ଆହତ
ଏପ୍ରିଲ୍‌ ୧୫ ମଙ୍ଗଳବାର ଠାରୁ, ଓଡ଼ିଶାର ଉପକୂଳରେ ବାର୍ଷିକ ୬୦ ଦିନିଆ ଅର୍ଥାତ୍ ୨ ମାସିଆ ମାଛ ଧରିବା ନିଷେଧ
ଓଡ଼ିଶାର କାଗଜବିହୀନ ବିଧାନସଭା ପ୍ରକ୍ରିୟା ଅଧ୍ୟୟନ କରିବା ପାଇଁ ଦିଲ୍ଲୀ ବାଚସ୍ପତି ଭୁବନେଶ୍ୱର ଆସିବେ
ସନରାଇଜର୍ସ ହାଇଦ୍ରାବାଦ ଖେଳାଳି ଥିବା ପଞ୍ଚ ତାରକା ହୋଟେଲରେ ଅଗ୍ନିକାଣ୍ଡ
ପୁଣି ସଲମାନ ଖାନଙ୍କୁ ହତ୍ୟା ଧମକ
ତାରିଣୀ ମନ୍ଦିର ପାଇଁ ୨୧୫ କୋଟିର ଅନୁଦାନ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଲେ,ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ
୪ ଦିନ ଯାଏଁ କାଳବୈଶାଖୀ ପ୍ରଭାବ

ପୂର୍ବତନ ବିଧାୟକ ସୁରେନ୍ଦ୍ର ନାୟକଙ୍କ ପରଲୋକ

0

ଭୁବନେଶ୍ବର: ପରଲୋକରେ ବରିଷ୍ଠ ନେତା ସୁରେନ୍ଦ୍ର ନାୟକ। ଭୁବନେଶ୍ୱର ସ୍ଥିତ ବାସଭନରେ କାକଟପୁରର ପୂର୍ବତନ ବିଧାୟକ ୯୩ ବର୍ଷ ବୟସରେ ପରଲୋକ ଘଟିଛି। ଦୀର୍ଘ ଦିନ ହେବ ସେ ଅସୁସ୍ଥ ଥିଲେ। ତେବେ ବାର୍ଦ୍ଧକ୍ୟଜନିତ ରୋଗରେ ସେ ପୀଡିତ ଥିଲେ ବୋଲି ସୂଚନା ମିଳିଛି। ସେ କାକଟପୁର ନିର୍ବାଚନ ମଣ୍ଡଳୀରୁ ୭ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ।  ସୁରେନ୍ଦ୍ର ନାୟକ କୃଷି ଓ ଶିକ୍ଷା ଭଳି ଗୁରୁତ୍ବପୂର୍ଣ୍ଣ ବିଭାଗର ମନ୍ତ୍ରୀ ଥିଲେ। ୧୯୭୭ ମସିହାରେ ଶ୍ରୀ ନାୟକ ଥିଲେ ବିଧାନସଭାର ଉପବାଚସ୍ପତି।

ସୂଚନାଯୋଗ୍ୟ, ମସ୍ତିଷ୍କାଘାତରେ ଆକ୍ରାନ୍ତ ହୋଇ ୨୦୧୯ ମସିହାରୁ ଶ୍ରୀ ନାୟକ ଅସୁସ୍ଥ ଥିଲେ। କିନ୍ତୁ ନିୟମିତ ଗୀତା ଓ ଗାନ୍ଧୀ ସାହିତ୍ୟ ପଢ଼ୁଥିଲେ। ଗଣମାଧ୍ୟମରୁ ରାଜ୍ୟ ତଥା ଦେଶର ଖବର ରଖୁଥିଲେ। ଅସୁସ୍ଥତା ସତ୍ତ୍ୱେ ନିଜର ପୂର୍ବ ନିର୍ବାଚନମଣ୍ଡଳୀ କାକଟପୁର, ଅସ୍ତରଙ୍ଗ ସମେତ ଅନ୍ୟ ଅଞ୍ଚଳର ବନ୍ଧୁମାନଙ୍କ ସହିତ ସେ ସଂପର୍କରେ ରହିଥିଲେ।

ଅସ୍ତରଙ୍ଗ ପଞ୍ଚାୟତ ସମିତିର ଅଧ୍ୟକ୍ଷ ଭାବେ ସେ ନିଜର ରାଜନୈତିକ କ୍ୟାରିଅର ଆରମ୍ଭ କରିଥିଲେ ସୁରେନ୍ଦ୍ର। ସରପଞ୍ଚରୁ ମନ୍ତ୍ରୀ ପର୍ୟ୍ୟନ୍ତ ରାଜନୀତି ଜୀବନ ତାଙ୍କର ବେଶ ଲମ୍ବା ଥିଲା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଏକାନ୍ତ ସହଯୋଗୀ ଥିଲେ ସୁରେନ୍ଦ୍ର ।

ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ନାଥ ନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ ନାୟକ ଜଣେ ଲୋକପ୍ରିୟ ନେତା ଓ ଦକ୍ଷ ପ୍ରଶାସକ ଥିଲେ। ସାଧାରଣ ଲୋକଙ୍କ ଭିତରେ ସେ ଅତ୍ୟନ୍ତ ପ୍ରିୟପାତ୍ର ଥିଲେ। ବିଧାୟକ ତଥା ମନ୍ତ୍ରୀ ଭାବରେ ସେ ଓଡ଼ିଶାର ବିଭିନ୍ନ କ୍ଷେତ୍ରର ଉନ୍ନତିରେ ଗୁରୁତ୍ଵ ପୂର୍ଣ୍ଣ ଅବଦାନ ରଖିଥିଲେ। ତାଙ୍କର ପରଲୋକ ରାଜ୍ୟ ପାଇଁ ଏକ ବଡ଼ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପାଇଁ ସମବେଦନା ପ୍ରକାଶ କରିଛନ୍ତି।

Leave A Reply

Your email address will not be published.