ପ୍ରମୁଖ ଖବର

ପଶ୍ଚିମବଙ୍ଗରେ ମୁକ୍ତ, ନିରପେକ୍ଷ ଓ ଶାନ୍ତିପୂର୍ଣ୍ଣ ନିର୍ବାଚନ, ନିର୍ବାଚନ କମିଶନଙ୍କ ପ୍ରାଥମିକତା
ଦାଦନ ଶ୍ରମିକ ଯିବାରେ ବଲାଙ୍ଗୀର ଜିଲ୍ଲା ସର୍ବାଗ୍ରେ
ପୁରୀ: ପୋଲିସର ନିର୍ଯାତନା ସହି ନପାରି ଯୁବକଙ୍କ ଆତ୍ମହତ୍ୟା
ଓଡିଶାର ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍
ସିବିଏସଇ ଅଷ୍ଟମ ଶ୍ରେଣୀ ସାମାଜିକ ବିଜ୍ଞାନ ପୁସ୍ତକକୁ ନେଇ କ୍ଷମା ପ୍ରାର୍ଥନା କଲା ଏନସିଇଆରଟି
କରୁର ଦଳାଚକଟା ମାମଲାରେ ଅଭିନେତା ବିଜୟଙ୍କୁ ପୁଣିଥରେ ସିବିଆଇ ସମନ୍
ଦିଲ୍ଲୀ ଦଙ୍ଗା ମାମଲାରେ ଶର୍ଜିଲ ଇମାମଙ୍କୁ ୧୦ ଦିନ ପାଇଁ ଅନ୍ତରୀଣ ଜାମିନ
ରାଜ୍ୟରେ ଖାଲି ପଡ଼ିଛି ୪,୬୦୭ ଡାକ୍ତର ପଦବୀ: ସ୍ୱାସ୍ଥ୍ୟମନ୍ତ୍ରୀ

ପୂର୍ବତନ ବିଧାୟକ ସୁରେନ୍ଦ୍ର ନାୟକଙ୍କ ପରଲୋକ

0

ଭୁବନେଶ୍ବର: ପରଲୋକରେ ବରିଷ୍ଠ ନେତା ସୁରେନ୍ଦ୍ର ନାୟକ। ଭୁବନେଶ୍ୱର ସ୍ଥିତ ବାସଭନରେ କାକଟପୁରର ପୂର୍ବତନ ବିଧାୟକ ୯୩ ବର୍ଷ ବୟସରେ ପରଲୋକ ଘଟିଛି। ଦୀର୍ଘ ଦିନ ହେବ ସେ ଅସୁସ୍ଥ ଥିଲେ। ତେବେ ବାର୍ଦ୍ଧକ୍ୟଜନିତ ରୋଗରେ ସେ ପୀଡିତ ଥିଲେ ବୋଲି ସୂଚନା ମିଳିଛି। ସେ କାକଟପୁର ନିର୍ବାଚନ ମଣ୍ଡଳୀରୁ ୭ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ।  ସୁରେନ୍ଦ୍ର ନାୟକ କୃଷି ଓ ଶିକ୍ଷା ଭଳି ଗୁରୁତ୍ବପୂର୍ଣ୍ଣ ବିଭାଗର ମନ୍ତ୍ରୀ ଥିଲେ। ୧୯୭୭ ମସିହାରେ ଶ୍ରୀ ନାୟକ ଥିଲେ ବିଧାନସଭାର ଉପବାଚସ୍ପତି।

ସୂଚନାଯୋଗ୍ୟ, ମସ୍ତିଷ୍କାଘାତରେ ଆକ୍ରାନ୍ତ ହୋଇ ୨୦୧୯ ମସିହାରୁ ଶ୍ରୀ ନାୟକ ଅସୁସ୍ଥ ଥିଲେ। କିନ୍ତୁ ନିୟମିତ ଗୀତା ଓ ଗାନ୍ଧୀ ସାହିତ୍ୟ ପଢ଼ୁଥିଲେ। ଗଣମାଧ୍ୟମରୁ ରାଜ୍ୟ ତଥା ଦେଶର ଖବର ରଖୁଥିଲେ। ଅସୁସ୍ଥତା ସତ୍ତ୍ୱେ ନିଜର ପୂର୍ବ ନିର୍ବାଚନମଣ୍ଡଳୀ କାକଟପୁର, ଅସ୍ତରଙ୍ଗ ସମେତ ଅନ୍ୟ ଅଞ୍ଚଳର ବନ୍ଧୁମାନଙ୍କ ସହିତ ସେ ସଂପର୍କରେ ରହିଥିଲେ।

ଅସ୍ତରଙ୍ଗ ପଞ୍ଚାୟତ ସମିତିର ଅଧ୍ୟକ୍ଷ ଭାବେ ସେ ନିଜର ରାଜନୈତିକ କ୍ୟାରିଅର ଆରମ୍ଭ କରିଥିଲେ ସୁରେନ୍ଦ୍ର। ସରପଞ୍ଚରୁ ମନ୍ତ୍ରୀ ପର୍ୟ୍ୟନ୍ତ ରାଜନୀତି ଜୀବନ ତାଙ୍କର ବେଶ ଲମ୍ବା ଥିଲା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଏକାନ୍ତ ସହଯୋଗୀ ଥିଲେ ସୁରେନ୍ଦ୍ର ।

ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ନାଥ ନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ ନାୟକ ଜଣେ ଲୋକପ୍ରିୟ ନେତା ଓ ଦକ୍ଷ ପ୍ରଶାସକ ଥିଲେ। ସାଧାରଣ ଲୋକଙ୍କ ଭିତରେ ସେ ଅତ୍ୟନ୍ତ ପ୍ରିୟପାତ୍ର ଥିଲେ। ବିଧାୟକ ତଥା ମନ୍ତ୍ରୀ ଭାବରେ ସେ ଓଡ଼ିଶାର ବିଭିନ୍ନ କ୍ଷେତ୍ରର ଉନ୍ନତିରେ ଗୁରୁତ୍ଵ ପୂର୍ଣ୍ଣ ଅବଦାନ ରଖିଥିଲେ। ତାଙ୍କର ପରଲୋକ ରାଜ୍ୟ ପାଇଁ ଏକ ବଡ଼ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପାଇଁ ସମବେଦନା ପ୍ରକାଶ କରିଛନ୍ତି।

Leave A Reply

Your email address will not be published.