ପ୍ରମୁଖ ଖବର

ସମ୍ବଲପୁର: ଗଣେଶ ପୂଜା ମଣ୍ଡପରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ପେଣ୍ଡାଲ
ଗୁଜରାଟ ସଚିବାଳୟ ଉଡ଼ାଇବା ଧମକ: ବିହାର, ଝାଡ଼ଖଣ୍ଡରୁ ୨ ଗିରଫ
ଓମଫେଡ୍‌ ବଜାରକୁ ଆଣିବ ପ୍ୟାକେଟ୍‌ ପାଣି ଓ ନୂଆ ଆଇସକ୍ରିମ୍
ଦିଶା ସାଲିଆନ ମୃତ୍ୟୁ ମାମଲା : ସିବିଆଇ ଏଫ୍‌ଆଇଆରରେ ଆଦିତ୍ୟ ଠାକରେ, ଡିନୋ ମୋରିଆଙ୍କ ନାଁ
ଦୁଷ୍କର୍ମ ମାମଲା: ଆତ୍ମସମର୍ପଣ କଲେ ତରୁଣ ତେଜପାଲ
ନନ୍ଦିଗ୍ରାମ ଉପନିର୍ବାଚନ ଲଢ଼ିବେନି ମମତା, ଟିଏମସି ଘୋଷଣା କଲା ପ୍ରାର୍ଥୀ

ଲାଞ୍ଚ ନେବାବେଳେ ଭିଜିଲାନ୍ସ ଜାଲରେ ଧରା ପଡିଲେ ଆରଆଇ

0

ଖୋର୍ଦ୍ଧା: ଭିଜିଲାନ୍ସ ଜାଲରେ ରାଜସ୍ୱ ନିରୀକ୍ଷକ ଅଧିକାରୀ। ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ତହସିଲର ଆରଆଇ ବିଶ୍ଵନାଥ ରାୟ ବେହେରାଙ୍କୁ ଗିରଫ କରୁଛି ଭିଜିଲାନ୍ସ। ୨୦ ହାଜର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ି ବସିଥିଲା ଭିଜିଲାନ୍ସ

ମିଳିଥିବା ସୂଚନା ଅନୁସାରେ, ସରକାରୀ ଜମିରେ ଥିବା ଏକ ଗଛ କାଟିବାକୁ ନିଆଯାଇଥିବା କାର୍ଯ୍ୟାନୁଷ୍ଠାନକୁ କୋହଳ କରିବା ପାଇଁ ଜଣେ ବ୍ୟକ୍ତିଙ୍କ ଠାରୁ ୨୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ ଆରଆଇ ବିଶ୍ଵନାଥ ରାୟ ବେହେରା। କୌଣସି ବାଟ ନ ପାଇ ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ ଉକ୍ତ ବ୍ୟକ୍ତି। ଉକ୍ତ ଆରଆଇଙ୍କୁ ଧରିବା ପାଇଁ ଜାଲ ବିଛାଇଥିଲା ଭିଜିଲାନ୍ସ । ଆଜି ନିଜ କାର୍ଯ୍ୟାଳୟ ରେ ଲାଞ୍ଚ ନେଉଥିବା ବେଳେ ପୂର୍ବ ଯୋଜନା ଅନୁସାରେ ଛକି ରହିଥିବା ଟିମ ମାଡି ବସିଥିଲା। ତାଙ୍କ ଠାରୁ ରଙ୍ଗ ପ୍ରଲେପ ଦିଆ ଟଙ୍କା ଜବତ କରିଛି ଭିଜିଲାନ୍ସ। ତାଙ୍କ ସରକାରୀ କାର୍ଯ୍ୟାଳୟ ସମେତ ୨ ଟି ସ୍ଥାନରେ ଚଢାଉ ଜାରି ରହିଛି। ଏନେଇ ଭୁବନେଶ୍ବର ଭିଜିଲାନ୍ସ କାର୍ଯ୍ୟାଳୟରେ ୧୩/୨୪ ରେ ଏକ ମାମଲା ରୁଜୁ ହୋଇଛି।

Leave A Reply

Your email address will not be published.