ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ଲାଞ୍ଚ ନେବାବେଳେ ଭିଜିଲାନ୍ସ ଜାଲରେ ଧରା ପଡିଲେ ଆରଆଇ

0

ଖୋର୍ଦ୍ଧା: ଭିଜିଲାନ୍ସ ଜାଲରେ ରାଜସ୍ୱ ନିରୀକ୍ଷକ ଅଧିକାରୀ। ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ତହସିଲର ଆରଆଇ ବିଶ୍ଵନାଥ ରାୟ ବେହେରାଙ୍କୁ ଗିରଫ କରୁଛି ଭିଜିଲାନ୍ସ। ୨୦ ହାଜର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ି ବସିଥିଲା ଭିଜିଲାନ୍ସ

ମିଳିଥିବା ସୂଚନା ଅନୁସାରେ, ସରକାରୀ ଜମିରେ ଥିବା ଏକ ଗଛ କାଟିବାକୁ ନିଆଯାଇଥିବା କାର୍ଯ୍ୟାନୁଷ୍ଠାନକୁ କୋହଳ କରିବା ପାଇଁ ଜଣେ ବ୍ୟକ୍ତିଙ୍କ ଠାରୁ ୨୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ ଆରଆଇ ବିଶ୍ଵନାଥ ରାୟ ବେହେରା। କୌଣସି ବାଟ ନ ପାଇ ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ ଉକ୍ତ ବ୍ୟକ୍ତି। ଉକ୍ତ ଆରଆଇଙ୍କୁ ଧରିବା ପାଇଁ ଜାଲ ବିଛାଇଥିଲା ଭିଜିଲାନ୍ସ । ଆଜି ନିଜ କାର୍ଯ୍ୟାଳୟ ରେ ଲାଞ୍ଚ ନେଉଥିବା ବେଳେ ପୂର୍ବ ଯୋଜନା ଅନୁସାରେ ଛକି ରହିଥିବା ଟିମ ମାଡି ବସିଥିଲା। ତାଙ୍କ ଠାରୁ ରଙ୍ଗ ପ୍ରଲେପ ଦିଆ ଟଙ୍କା ଜବତ କରିଛି ଭିଜିଲାନ୍ସ। ତାଙ୍କ ସରକାରୀ କାର୍ଯ୍ୟାଳୟ ସମେତ ୨ ଟି ସ୍ଥାନରେ ଚଢାଉ ଜାରି ରହିଛି। ଏନେଇ ଭୁବନେଶ୍ବର ଭିଜିଲାନ୍ସ କାର୍ଯ୍ୟାଳୟରେ ୧୩/୨୪ ରେ ଏକ ମାମଲା ରୁଜୁ ହୋଇଛି।

Leave A Reply

Your email address will not be published.