ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ବିଟ୍ରେନରେ ସରିଲା ସୁନକ ରାଜ: ବିଜୟ ଧ୍ୱଜା ଉଡାଇଲା ଲେବର ପାର୍ଟି

0

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେବା ନେଇ ଘୋଷଣା କରିଛନ୍ତି ଋଷି ସୁନକ। କନଜରଭେଟିଭ ପାର୍ଟିକୁ ମାତ୍ ଦେଇ ବ୍ରିଟେନରେ ବିଜୟ ଧ୍ୱଜା ଉଡାଇଛି ଲେବର ପାର୍ଟି। ଏହାସହ ଲେବର ପାର୍ଟିର ନେତା କେୟର ଷ୍ଟାରମରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଋଷି ସୁନକ। ପରାଜୟ ପାଇଁ ନିଜକୁ ଦାୟୀ କଲେ ଋଷି ସୁନକ। ଗତକାଲି ହାଉସ ଅଫ୍ କମନସ ପାଇଁ ମତଦାନ ହୋଇଥିଲା। ୬୫୦ ଆସନ ପାଇଁ ୪୦ ହଜାରରୁ ଅଧିକ ବୁଥରେ ମତଦାନ ହୋଇଛି।

ସୂଚନାଯୋଗ୍ୟ, ଗତକାଲି ବ୍ରିଟେନରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହୋଇଥିବା ବେଳେ ଆଜି ଭୋଟ୍ ଗଣତି ହୋଇଥିଲା। ଫଳାଫଳ ଅନୁସାରେ, କେର୍ ଷ୍ଟାରମରଙ୍କ ଲେବର ପାର୍ଟିକୁ ବହୁମତ ମିଳିଛି। ଫଳରେ କଞ୍ଜରଭେଟିଭ୍ ପାର୍ଟିର ୧୪ ବର୍ଷ ଶାସନର ଅନ୍ତ ଘଟିଛି। ସେପଟେ ଦେଢ଼ ଦଶନ୍ଧି ପରେ ସତ୍ତାକୁ ଫେରିଛି ଲେବର୍ ପାର୍ଟି।

ଭାବି ପ୍ରଧାନମନ୍ତ୍ରୀ କେର୍ ଷ୍ଟାରମେରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଋଷି ସୁନକ। ବ୍ରିଟେନରେ ୬୫୦ ସଂସଦୀୟ ନିର୍ବାଚନମଣ୍ଡଳୀ ଥିବାବେଳେ ସରକାର ଗଢିବା ପାଇଁ ମ୍ୟାଜିକ୍ ନଂ ହେଉଛି ୩୨୬। ଏଥିରୁ ଲେବର୍ ପାର୍ଟି ୩୭୮ ଆସନରେ ବିଜୟ ସହ ପୂର୍ଣ୍ଣ ବହୁମତ ପାଇଛି। ସେପଟେ ସୁନକଙ୍କୁ ୯୨ଟି ଆସନ ମିଳିଥିବା ବେଳେ ଅନ୍ୟାନ୍ୟ ୯୦ଟି ଆସନ ପାଇଛନ୍ତି।

ADVERTISEMENT

Leave A Reply

Your email address will not be published.