ପ୍ରମୁଖ ଖବର

ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ- ୨ ନିମନ୍ତେ ୫୦ ସିଟ ବୃଦ୍ଧି କଲା ଏନ୍ ଏମ୍ ସି
ରାଜ୍ୟରେ କୌଣସି ନଦୀରେ ବନ୍ୟା ନାହିଁ : ସର୍ବୋଚ୍ଚ ଯନ୍ତ୍ରୀଙ୍କ ପ୍ରତିକ୍ରିୟା
ବ୍ୟାପିଲାଣି ବାର୍ଡ ଫ୍ଲୁ, ମଲେଣି ୩୦୦ରୁ ଅଧିକ କୁକୁଡ଼ା
ଶ୍ରୀମନ୍ଦିର ନାଟମଣ୍ଡପରୁ ହେବ ଧାଡି ଦର୍ଶନ : ମିଳିଲା ଅନୁମୋଦନ
ଅର୍ଚ୍ଚନା ଓ ପୁଅଙ୍କୁ ମାରିବାକୁ ଉଦ୍ୟମ, ସ୍ବାମୀ ଜଗବନ୍ଧୁଙ୍କୁ ଉଠାଇନେଲା ପୋଲିସ
ସୁରକ୍ଷାକର୍ମୀଙ୍କୁ ବଡ ସଫଳତା:୧୬ ହାର୍ଡକୋର ମାଓବାଦୀ ଗିରଫ
ବିଆରଏସରୁ ନିଲମ୍ବିତ ହେବାର ଦିନକ ପରେ ଦଳ ଛାଡିଲେ କବିତା
ବ୍ୟବସାୟୀଙ୍କୁ ଲୁଟ୍ ଘଟଣାରେ ୩ ହୋମଗାର୍ଡଙ୍କ ସହ ୭ ଗିରଫ

ସ୍କୁଲ ଯିବାର ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର

0

ଭୁବନେଶ୍ବର: ବିଦ୍ୟାଳୟରେ ଉପସ୍ଥାନ ବଢାଇବା ପାଇଁ ଆରମ୍ଭ ହେଲା ନିଆରା ବ୍ୟବସ୍ଥା। ୩୦ ଜିଲ୍ଲାର ୩୫ ହଜାର ୭୬ ଜଣ ଛାତ୍ରଛାତ୍ରୀ ପାଇବେ ଏହି ସୁବିଧା। ରାଜ୍ୟର ବିଭିନ୍ନ ଜିଲ୍ଲାରେ ସରକାରୀ ବିଦ୍ୟାଳୟ ଜନବସତିରୁ ବହୁ ଦୂର ଥିବାରୁ ଛାତ୍ରଛାତ୍ରୀମାନେ ଅଧାରେ ପାଠପଢା ଛାଡ଼ିଦିଅନ୍ତି। ଏହି ସମସ୍ୟାକୁ ଦୃଷ୍ଟିରେ ରଖି ଶିକ୍ଷା ବିଭାଗ ଆରମ୍ଭ କରିଛି ନିଆରା ବ୍ୟବସ୍ଥା। ଉପସ୍ଥାନ ବଢ଼ାଇବା ପାଇଁ ସ୍କୁଲ ଯାତାୟତ ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର।

ପ୍ରାଥମିକ ବିଦ୍ୟାଳୟରେ ପାଠ ପଢୁଥିବା ଛାତ୍ରଛାତ୍ରୀଙ୍କୁ ଯଦି ୧ କିଲୋମିଟରରୁ ଅଧିକ ଯିବାକୁ ପଡ଼ୁଥିବ ତେବେ ସେହି ଛାତ୍ରଛାତ୍ରୀ ଅର୍ଥରାଶି ପାଇବେ। ସେହିପରି ଉଚ୍ଚ ପ୍ରାଥମିକରେ ପାଠ ପଢୁଥିବା ଛାତ୍ରଛାତ୍ରୀ ୩ କିଲୋମିଟର ଓ ସେକେଣ୍ଡାରୀ ସ୍କୁଲର ଛାତ୍ରଛାତ୍ରୀ ୫ କିଲୋମିଟରରୁ ଅଧିକ ଦୁରତାର ବିଦ୍ୟାଳୟ ଯାଉଥିଲେ ସରକାର ବହନ କରିବେ ଯାତାୟତ ଖର୍ଚ୍ଚ। ଏହି ବାବଦକୁ ବର୍ଷକୁ ଜଣେ ଛାତ୍ର ୬ହଜାର ଟଙ୍କା ପାଇବେ। ବିଦ୍ୟାଳୟରେ ୭୫ ପ୍ରତିଶତରୁ ଅଧିକ ଉପସ୍ଥାନ ହେଲେ ଏହି ଅର୍ଥରାଶି ପାଇବାକୁ ଛାତ୍ରଛାତ୍ରୀ ଯୋଗ୍ୟ ହେବେ ବୋଲି କହିଛନ୍ତି ଓସେପା ଅଧିକାରୀ।

Leave A Reply

Your email address will not be published.