ପ୍ରମୁଖ ଖବର

୫ରୁ ୧୭ ବର୍ଷ ପିଲାଙ୍କ ଆଧାର ବାୟୋମେଟ୍ରିକ୍‌ ଅପଡେଟ୍‌ ମାଗଣା
‘ଚଳିବ’ ମାନସିକତା ବଦଳାଇ ସମୟାନୁବର୍ତ୍ତିତାକୁ ଗୁରୁତ୍ୱ: ମୋଦୀଙ୍କ ଆହ୍ୱାନ
ଏନ୍‌ଟିପିସି ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଆହତ
ରାଜ୍ୟ ସହିବ ୧ ଲକ୍ଷ କୋଟିର କ୍ଷତି: ଏମ୍‌ଏମ୍‌ଡିଆର୍‌ ବିଲ୍‌କୁ କଂଗ୍ରେସର ବିରୋଧ, ସ୍ୱତନ୍ତ୍ର ଅଧିବେଶନ ଦାବି
ୟୁପିର ୫୨ ନେତାଙ୍କୁ ମିଳିବ ବୁଲେଟ୍‌ପ୍ରୁଫ୍‌ ଜାକେଟ୍‌
୪ ବର୍ଷରୁ କମ୍ ପିଲାଙ୍କ ପାଇଁ କାଶ-ଥଣ୍ଡା ଔଷଧ ଉପରେ କେନ୍ଦ୍ରର କଟକଣା
ଚିନି ଦରରେ ରେକର୍ଡ ବୃଦ୍ଧି
ନେତାନ୍ୟାହୁଙ୍କ ବିରୋଧରେ ତୁର୍କୀର ଗିରଫ ପରୱାନା

ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

0

ଭୁବନେଶ୍ବର: ଚାରି ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଭାରତୀୟ ବାୟୁସେନାର ସ୍ବତନ୍ତ୍ର ବିମାନରେ ଭୁବନେଶ୍ଵରରେ ପହଞ୍ଚିଲେ ମହାମହିମ। ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ମହାମହିମ ରାଷ୍ଟ୍ରପତିଙ୍କୁ ସ୍ବାଗତ କରିଛନ୍ତି ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ପୁଲିସ ନିର୍ଦେଶକ ଅରୁଣ ଷଡଙ୍ଗୀ, ଭୁବନେଶ୍ୱର ମେୟର ସୁଲୋଚନା ଦାସ ଏବଂ ପୁଲିସ କମିଶନର ସଞ୍ଜୀବ ପଣ୍ଡା। ଆଜି ଭୁବନେଶ୍ୱରରେ ହେବାକୁ ଥିବା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ତମ ଶ୍ରାଦ୍ଧବାର୍ଷିକୀରେ ରାଷ୍ଟ୍ରପତି ଯୋଗଦେବେ। ଆସନ୍ତାକାଲି ପୁରୀ ଠାରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀଗୁଣ୍ଡିଚା ରଥଯାତ୍ରା ଦେଖିବେ।

ରାଷ୍ଟ୍ରପତି ଜୁଲାଇ ୮ ତାରିଖରେ ଉଦୟଗିରି ଗୁମ୍ଫା ପରିଦର୍ଶନ କରିବା ସହ ବିଭୂତି କାନୁନଗୋ କଳା ଓ ହସ୍ତଶିଳ୍ପ ମହାବିଦ୍ୟାଳୟ ଓ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସହ ମତ ବିନିମୟ କରିବେ। ସେହିଦିନ ସେ ଭୁବନେଶ୍ୱର ନିକଟସ୍ଥ ହରିଡ଼ାମଡ଼ା ଗ୍ରାମରେ ବ୍ରହ୍ମକୁମାରୀମାନଙ୍କର ଦିବ୍ୟ ରିଟ୍ରିଟ୍ କେନ୍ଦ୍ର ଉଦଘାଟନ କରିବା ସହ ‘ସ୍ଥାୟିତ୍ୱ ପାଇଁ ଜୀବନଶୈଳୀ’ ଅଭିଯାନର ଶୁଭାରମ୍ଭ କରିବେ। ଜୁଲାଇ ୯ ତାରିଖରେ ରାଷ୍ଟ୍ରପତି ଭୁବନେଶ୍ୱରସ୍ଥିତ ଜାତୀୟ ବିଜ୍ଞାନ ଶିକ୍ଷା ଓ ଗବେଷଣା ପ୍ରତିଷ୍ଠାନ (ନାଇଜର୍‌)ର ତ୍ରୟୋଦଶ ସ୍ନାତକ ସମାରୋହ ଉତ୍ସବରେ ଯୋଗ ଦେବେ।

Leave A Reply

Your email address will not be published.