ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଘୂର୍ଣ୍ଣିବଳୟ ପ୍ରଭାବ ରେ ବଢିବ ବର୍ଷା

0

ଭୁବନେଶ୍ବର: ଆସନ୍ତା ୪୮ ଘଣ୍ଟା ମଧ୍ୟରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ଏକ ଘୂର୍ଣ୍ଣିବଳୟ / ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପ୍ରଭାବ ରେ ରାଜ୍ୟ ରେ ମୌସୁମୀ ବାୟୁ ସକ୍ରିୟ ରହିବା ସହ ଆସନ୍ତା ୫ ଦିନ ଯାଏଁ ରାଜ୍ୟ ରେ ବର୍ଷା ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରିଛନ୍ତି ପାଣିପାଗ ବିଜ୍ଞାନୀ ସାର୍ଥକ ମିଶ୍ର।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟ ର ଅନେକ ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । ତେବେ ଆସନ୍ତାକାଲି ଠାରୁ ରାଜ୍ୟ ର ଅଧିକାଂଶ ଅଞ୍ଚଳ ରେ ଅଳ୍ପ ରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ବିଶେଷ କରି ଦକ୍ଷିଣ ଓ ଉପକୂଳ ଓଡ଼ିଶା ରେ ଅଧିକ ବର୍ଷା ସମ୍ଭାବନା ରହିଛି। ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, କଳାହାଣ୍ଡି, କଟକ, ଜଗତସିଂହପୁର, ଯାଜପୁର, କେଉଁଝର ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡା, ମୟୂରଭଞ୍ଜ, ଜିଲ୍ଲା ର କିଛି ଅଞ୍ଚଳ ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି।

Leave A Reply

Your email address will not be published.