ପ୍ରମୁଖ ଖବର

ସେପ୍ଟେମ୍ବର ୨୧ରେ ଶପଥ ଗ୍ରହଣ କରିବେ ଅତିଶୀ, ସ୍ପଷ୍ଟ କଲା ଆପ୍‌
ଅତିଶୀଙ୍କ ମନ୍ତ୍ରିମଣ୍ଡଳର ନୂଆ ମୁହଁ ହେବେ ମୁକେଶ ଅହଲୱାଟ
ରାଜ୍ୟର ସବୁ ଜିଲ୍ଲାରେ ହେବ ମେଡିକାଲ କଲେଜ, ସୂଚନା ଦେଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ
ସମ୍ବଲପୁରୀ ଗାୟିକା ରୁକ୍‌ସନା ବାନୋଙ୍କ ସନ୍ଦେହଜନକ ମୃତ୍ୟୁ

ଜୁଲାଇ ୨୨ରୁ ଆରମ୍ଭ ହେବ ଅଧିବେଶନ

0

ନୂଆଦିଲ୍ଲୀ: ଦେଶର ସାଧାରଣ ବଜେଟ ଆଗତ ହେବ ଜୁଲାଇ ୨୩ରେ। ସଂସଦରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିର୍ମଳା ନିର୍ମଳା ସୀତାରମଣ। ଏନେଇ ଶନିବାର ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ ସୂଚନା ଦେଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସଂସଦର ବଜେଟ ଅଧିବେଶନ ଡକାଇବା ନେଇ ସରକାରଙ୍କ ପ୍ରସ୍ତାବକୁ ମଞ୍ଜୁରି ଦେଇଦେଇଛନ୍ତି। ଜୁଲାଇ ୨୨ ତାରିଖରୁ ସଂସଦର ବଜେଟ ଅଧିବେଶନ ଆରମ୍ଭ ହେବ। ଏହା ଅଗଷ୍ଟ ୧୨ ପର୍ଯ୍ୟନ୍ତ ଚାଲିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ତୃତୀୟ ପାଳିର ଏହା ପ୍ରଥମ ବଜେଟ ଅଧିବେଶନ ହେବ।

କେନ୍ଦ୍ରମନ୍ତ୍ରୀ ରିଜିଜୁ ସୋସିଆଲ ମିଡିଆ ‘X’ରେ କହିଛନ୍ତି, ”ଭାରତ ସରକାରଙ୍କ ସୁପାରିଶ କ୍ରମେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜୁଲାଇ ୨୨ରୁ ଅଗଷ୍ଟ ୧୨ ତାରିଖ ପର୍ଯ୍ୟନ୍ତ ବଜେଟ ଅଧିବେଶନ ପାଇଁ ସଂସଦର ଉଭୟ ଗୃହକୁ ଡାକିବା ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ଜୁଲାଇ ୨୩ ତାରିଖରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ ହେବ।” ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କ୍ରମାଗତ ସପ୍ତମ ଥର ପାଇଁ ବଜେଟ ଉପସ୍ଥାପନ କରିବେ। ଏହି ରେକର୍ଡ ହାସଲ କରିବାରେ ସେ ଭାରତର ପ୍ରଥମ ଅର୍ଥମନ୍ତ୍ରୀ ହେବେ।

ସାଧାରଣ ନିର୍ବାଚନ ଥିବାରୁ ଫେବୃଆରୀ ୧ରେ କେନ୍ଦ୍ର ଅର୍ଥମନ୍ତ୍ରୀ କାମଚଳା ବଜେଟ ଉପସ୍ଥାପନ କରିଥିଲେ। ଏବେ କେନ୍ଦ୍ରରେ ନୂଆ ସରକାର ଗଠନ ହେବା ପରେ ଆସିବ ପୂର୍ଣ୍ଣାଙ୍ଗ ବଜେଟ। ମୋଦି ସରକାରଙ୍କ ତୃତୀୟ ପାଳିର ଏହା ପ୍ରଥମ ବଜେଟ ହୋଇଥିବାରୁ ଏହା ଉପରେ ସମସ୍ତଙ୍କର ନଜର ରହିବ।

Leave A Reply

Your email address will not be published.