ପ୍ରମୁଖ ଖବର

ଶ୍ରୀକ୍ଷେତ୍ର ପୁରୀରେ ଆଜି ଆଷାଢ଼ ଶୁକ୍ଳ ଦ୍ୱାଦଶୀ ତିଥିରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ଅଧରପଣା ନୀତି ସମ୍ପନ୍ନ
ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ରୌପ୍ୟ, ଋଷିକାନ୍ତ ସିଂହଙ୍କ କମାଲ
ଓଡ଼ିଶାର ଝିଅ ଜ୍ୟୋତିର୍ମୟୀ ନାୟକ ହେଲେ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ ବିଜେତା
ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଂସ୍କାର ପାଇଁ ଗଠନ ହେବ ଉଚ୍ଚସ୍ତରୀୟ ଟାସ୍କ ଫୋର୍ସ:ପ୍ରଧାନମନ୍ତ୍ରୀ
ହାଇୱେ ଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଦୂରତା ଅନୁସାରେ ଦେବେ ଟୋଲ ଶୁଳ୍କ
ମହାରାଷ୍ଟ୍ର ଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ବିହାରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
ସରକାରଙ୍କ ସହ ଆଲୋଚନା ପରେ ସିଜେପିର ଆନ୍ଦୋଳନ ପ୍ରତ୍ୟାହାର
ଲଗାଣ ବର୍ଷା ପାଇଁ ଜଗତସିଂହପୁରରେ କାଲି ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି
ବୌଦ୍ଧରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ୟାଙ୍କର ସହ କାର ଧକ୍କା, ୩ ଗୁରୁତର
ଧର୍ମେନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନେଲେ ପ୍ରହ୍ଲାଦ ଯୋଶୀ

ଜୁଲାଇ ୨୨ରୁ ଆରମ୍ଭ ହେବ ଅଧିବେଶନ

0

ନୂଆଦିଲ୍ଲୀ: ଦେଶର ସାଧାରଣ ବଜେଟ ଆଗତ ହେବ ଜୁଲାଇ ୨୩ରେ। ସଂସଦରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିର୍ମଳା ନିର୍ମଳା ସୀତାରମଣ। ଏନେଇ ଶନିବାର ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ ସୂଚନା ଦେଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସଂସଦର ବଜେଟ ଅଧିବେଶନ ଡକାଇବା ନେଇ ସରକାରଙ୍କ ପ୍ରସ୍ତାବକୁ ମଞ୍ଜୁରି ଦେଇଦେଇଛନ୍ତି। ଜୁଲାଇ ୨୨ ତାରିଖରୁ ସଂସଦର ବଜେଟ ଅଧିବେଶନ ଆରମ୍ଭ ହେବ। ଏହା ଅଗଷ୍ଟ ୧୨ ପର୍ଯ୍ୟନ୍ତ ଚାଲିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ତୃତୀୟ ପାଳିର ଏହା ପ୍ରଥମ ବଜେଟ ଅଧିବେଶନ ହେବ।

କେନ୍ଦ୍ରମନ୍ତ୍ରୀ ରିଜିଜୁ ସୋସିଆଲ ମିଡିଆ ‘X’ରେ କହିଛନ୍ତି, ”ଭାରତ ସରକାରଙ୍କ ସୁପାରିଶ କ୍ରମେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜୁଲାଇ ୨୨ରୁ ଅଗଷ୍ଟ ୧୨ ତାରିଖ ପର୍ଯ୍ୟନ୍ତ ବଜେଟ ଅଧିବେଶନ ପାଇଁ ସଂସଦର ଉଭୟ ଗୃହକୁ ଡାକିବା ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ଜୁଲାଇ ୨୩ ତାରିଖରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ ହେବ।” ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କ୍ରମାଗତ ସପ୍ତମ ଥର ପାଇଁ ବଜେଟ ଉପସ୍ଥାପନ କରିବେ। ଏହି ରେକର୍ଡ ହାସଲ କରିବାରେ ସେ ଭାରତର ପ୍ରଥମ ଅର୍ଥମନ୍ତ୍ରୀ ହେବେ।

ସାଧାରଣ ନିର୍ବାଚନ ଥିବାରୁ ଫେବୃଆରୀ ୧ରେ କେନ୍ଦ୍ର ଅର୍ଥମନ୍ତ୍ରୀ କାମଚଳା ବଜେଟ ଉପସ୍ଥାପନ କରିଥିଲେ। ଏବେ କେନ୍ଦ୍ରରେ ନୂଆ ସରକାର ଗଠନ ହେବା ପରେ ଆସିବ ପୂର୍ଣ୍ଣାଙ୍ଗ ବଜେଟ। ମୋଦି ସରକାରଙ୍କ ତୃତୀୟ ପାଳିର ଏହା ପ୍ରଥମ ବଜେଟ ହୋଇଥିବାରୁ ଏହା ଉପରେ ସମସ୍ତଙ୍କର ନଜର ରହିବ।

Leave A Reply

Your email address will not be published.