ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ସହରାଞ୍ଚଳ ଓ ଗ୍ରାମାଞ୍ଚଳ ସରକାରୀ ଜମିରୁ ହଟିବ ଜବରଦଖଲ

0

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ କଡା ନିର୍ଦ୍ଦେଶ ଦେଇଛନ୍ତି। ସାରା ରାଜ୍ୟରେ ସରକାରୀ ଜମିରୁ ବେଆଇନ ଦଖଲ ହଟାଇବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ଏହି ବେଆଇନ ଜବର ଦଖଲ ହଟାଇବାକୁ ନିର୍ଦ୍ଦେଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସରକାରୀ ଜମି ଗୁଡିକ ମୁଖ୍ୟତଃ ବିକାଶ ଓ ସର୍ବସାଧାରଣ କଲ୍ୟାଣ କାର୍ଯ୍ୟ ନିମନ୍ତେ ବ୍ୟବହାର ହୁଏ। ଜବର ଦଖଲ ଯୋଗୁ ବିକାଶ ବାଧାପ୍ରାପ୍ତ ହେଉଛି। ତେଣୁ ଏସବୁ ବେଆଇନ ଦଖଲ ତୁରନ୍ତ ହଟାଯିବା ଆବଶ୍ୟକ। ପ୍ରଚଳିତ ନିୟମ ଅନୁଯାୟୀ ଜବର ଦଖଲ ହଟିବା ପରେ ଏହାକୁ ବାଡ଼ ବସାଇ ଓ ଏଥିରେ ସମସ୍ତଙ୍କ ଦୃଷ୍ଟି ଗୋଚର ହେବା ଭଳି ସାଇନ୍ ବୋର୍ଡ ଲଗାଇବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆ ଯାଇଛି।

Leave A Reply

Your email address will not be published.