ପ୍ରମୁଖ ଖବର

ପୂର୍ବତନ ବିଧାୟକ କାହ୍ନୁ ଚରଣ ନାଏକଙ୍କ ୭୯ ବର୍ଷରେ ପରଲୋକ
ଅମିତାଭଙ୍କ ‘ଜଲ୍‌ସା’କୁ ବୋମାରେ ଉଡ଼ାଇବା ଧମକ, ଟାର୍ଗେଟ୍‌ରେ ଦିଲଜିତ ଦୋସାଞ୍ଜ
ଅରୁଣାଚଳରେ ଭାରତ-ଚୀନ୍‌ ସୈନିକ ମୁହାଁମୁହିଁ
୨୯ରୁ ଓସିଏସ୍‌ ମୁଖ୍ୟ ପରୀକ୍ଷା, ଆଜିଠୁ ମିଳିବ ଆଡମିଟ୍‌ କାର୍ଡ
ଏସିଆନ ପାରା ଗେମ୍ସ: ପ୍ରମୋଦଙ୍କୁ ହରାଇ ସ୍ୱର୍ଣ୍ଣ ଜିତିଲେ ନିତେଶ

ସହରାଞ୍ଚଳ ଓ ଗ୍ରାମାଞ୍ଚଳ ସରକାରୀ ଜମିରୁ ହଟିବ ଜବରଦଖଲ

0

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ କଡା ନିର୍ଦ୍ଦେଶ ଦେଇଛନ୍ତି। ସାରା ରାଜ୍ୟରେ ସରକାରୀ ଜମିରୁ ବେଆଇନ ଦଖଲ ହଟାଇବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ଏହି ବେଆଇନ ଜବର ଦଖଲ ହଟାଇବାକୁ ନିର୍ଦ୍ଦେଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସରକାରୀ ଜମି ଗୁଡିକ ମୁଖ୍ୟତଃ ବିକାଶ ଓ ସର୍ବସାଧାରଣ କଲ୍ୟାଣ କାର୍ଯ୍ୟ ନିମନ୍ତେ ବ୍ୟବହାର ହୁଏ। ଜବର ଦଖଲ ଯୋଗୁ ବିକାଶ ବାଧାପ୍ରାପ୍ତ ହେଉଛି। ତେଣୁ ଏସବୁ ବେଆଇନ ଦଖଲ ତୁରନ୍ତ ହଟାଯିବା ଆବଶ୍ୟକ। ପ୍ରଚଳିତ ନିୟମ ଅନୁଯାୟୀ ଜବର ଦଖଲ ହଟିବା ପରେ ଏହାକୁ ବାଡ଼ ବସାଇ ଓ ଏଥିରେ ସମସ୍ତଙ୍କ ଦୃଷ୍ଟି ଗୋଚର ହେବା ଭଳି ସାଇନ୍ ବୋର୍ଡ ଲଗାଇବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆ ଯାଇଛି।

Leave A Reply

Your email address will not be published.