ପ୍ରମୁଖ ଖବର

ପୂର୍ବତନ ବିଧାୟକ କାହ୍ନୁ ଚରଣ ନାଏକଙ୍କ ୭୯ ବର୍ଷରେ ପରଲୋକ
ଅମିତାଭଙ୍କ ‘ଜଲ୍‌ସା’କୁ ବୋମାରେ ଉଡ଼ାଇବା ଧମକ, ଟାର୍ଗେଟ୍‌ରେ ଦିଲଜିତ ଦୋସାଞ୍ଜ
ଅରୁଣାଚଳରେ ଭାରତ-ଚୀନ୍‌ ସୈନିକ ମୁହାଁମୁହିଁ
୨୯ରୁ ଓସିଏସ୍‌ ମୁଖ୍ୟ ପରୀକ୍ଷା, ଆଜିଠୁ ମିଳିବ ଆଡମିଟ୍‌ କାର୍ଡ
ଏସିଆନ ପାରା ଗେମ୍ସ: ପ୍ରମୋଦଙ୍କୁ ହରାଇ ସ୍ୱର୍ଣ୍ଣ ଜିତିଲେ ନିତେଶ

ହେମନ୍ତ ସୋରେନ୍‌ଙ୍କ ଜାମିନ୍‌ ବେଆଇନ୍‌ : ଇଡି

0

ଝାଡ଼ଖଣ୍ଡ: ପୁଣି ଅଡୁଆରେ ପଡି ପାରନ୍ତି ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌। ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କ ଜାମିନ୍‌ ବିରୋଧରେ ସୁପ୍ରିମ୍‌କୋର୍ଟର ଦ୍ୱାରସ୍ଥ ହୋଇଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବା ଇଡି। ଇଡି ଏନେଇ କହିଛି ଯେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କୁ ଝାଡ଼ଖଣ୍ଡ ହାଇକୋର୍ଟ ଯେଉଁ ଜାମିନ୍‌ ପ୍ରଦାନ କରିଛନ୍ତି ତାହା ବେଆଇନ୍‌। ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର ମୁଖ୍ୟଙ୍କୁ ଯେଉଁ ଆଧାରରେ ବେଲ୍‌ ମଞ୍ଜୁର ହୋଇଛି ତାହା ଯୁକ୍ତିଯୁକ୍ତ ନୁହେଁ।

ସୂଚନା ଥାଉକି, ସୋରେନ୍‌ ଜୁନ୍‌ ୨୮ ତାରିଖରେ ରାଞ୍ଚିର ବିର୍ସା ମୁଣ୍ଡା ଜେଲ୍‌ରୁ ଜାମିନ୍‌ରେ ମୁକୁଳି ଥିଲେ। ଜମି ଦୁର୍ନୀତି ମାମଲାରେ ହାଇକୋର୍ଟ ବିଚାର କରି ତାଙ୍କୁ ଜାମିନ୍‌ ମଞ୍ଜୁର କରିଥିଲେ। ତେବେ ଜେଲ୍‌ରୁ ବାହାରିବା ପରେ ଜେଏମ୍‌ଏମ୍‌ ନେତା ଚମ୍ପାଇ ସୋରେନ୍‌ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ଏହାପରେ ହେମନ୍ତ ପୁଣିଥରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି।

Leave A Reply

Your email address will not be published.