ପ୍ରମୁଖ ଖବର

ଶିଶୁ ଫର୍ମୁଲା ଫୁଡ୍‌କୁ ନେଇ ନେସଲେ ବିରୋଧରେ ୩ ମାମଲା
କ୍ରସ୍‌ ଭୋଟିଂ ମାମଲା: ୮ ବିଜେଡି ବିଧାୟକଙ୍କ ସଭ୍ୟପଦ ରଦ୍ଦ ମାମଲା ଗ୍ରହଣ କଲେ ହାଇକୋର୍ଟ
ନିଠାରୀ ଗଣହତ୍ୟା ମାମଲା: ଦୋଷମୁକ୍ତ ସୁରେନ୍ଦ୍ର କୋଲିଙ୍କ ଆତ୍ମହତ୍ୟା
ପାକିସ୍ତାନରେ ଭୟଙ୍କର ବିସ୍ଫୋରଣ, ୧୫ ମୃତ
ପୌର ନିର୍ବାଚନ: ୱାର୍ଡ ସୀମା ନିର୍ଦ୍ଧାରଣ ପାଇଁ ସଂଶୋଧିତ ସମୟସୂଚୀ ଜାରି
୮ ଲକ୍ଷ ଲାଞ୍ଚ ନେବାବେଳେ ଧରାପଡ଼ିଲେ କେନ୍ଦ୍ରୀୟ ଜିଏସ୍‌ଟି ସୁପରିନଟେଣ୍ଡଣ୍ଟ

ପୁରୀ ସମୁଦ୍ରକୂଳରେ ମର୍ଣ୍ଣି ଓ୍ବାକ୍‌ କଲେ ରାଷ୍ଟ୍ରପତି

0

ପୁରୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଆଜି ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତର ତୃତୀୟ ଦିନ। ରବିବାର ବିଶ୍ୱପ୍ରସିଦ୍ଧ ରଥଯାତ୍ରାରେ ସାମିଲ ହୋଇ ମହାପ୍ରଭୁଙ୍କ ରଥଟାଣିବା ପରେ ଆଜି ସକାଳୁ ପୁରୀ ସମୁଦ୍ରକୂଳରେ ମର୍ଣ୍ଣି ଓ୍ବାକ୍‌ କରିଛନ୍ତି ମହାମହିମ। ପ୍ରାତଃ ଭ୍ରମଣ କରିବା ସହ ସମୁଦ୍ରର ସୌନ୍ଦର୍ଯ୍ୟକୁ ବଖାଣିଛନ୍ତି ରାଷ୍ଟ୍ରପତି। ଏଥି ସହ ପରିବେଶ ସୁରକ୍ଷାକୁ ନେଇ ଚିନ୍ତା ପ୍ରକଟ କରିବା ସହ ସୁରକ୍ଷା ପାଇଁ ଆହ୍ବାନ ଦେଇଛନ୍ତି। ଏନେଇ ରାଷ୍ଟ୍ରପତିଙ୍କ ଏକ୍ସ ହ୍ୟାଣ୍ଡେଲରେ କିଛି ଫଟୋ ସେୟାର କରାଯାଇଛି।

ରାଷ୍ଟ୍ରପତି ମର୍ଣ୍ଣିଂଓ୍ବାକ୍‌ କରିବା ସହ ବେଳାଭୂମିରେ କିଛି ସମୟ ବସି ସମୁଦ୍ରର ଅପରୂପ ସୌନ୍ଦର୍ଯ୍ୟକୁ ଉପଭୋଗ କରିଛନ୍ତି। ଏହା ପରେ ରାଷ୍ଟ୍ରପତି ଆଜି ଭୁବନେଶ୍ୱର ଫେରି ଖଣ୍ଡଗିରି ଏବଂ ଉଦୟଗିରି ପରିଦର୍ଶନ କରିବା ସହ ବିଭୂତି କାନୁନଗୋ କଳା ଓ ହସ୍ତଶିଳ୍ପ ମହାବିଦ୍ୟାଳୟ ଓ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସହ ମତ ବିନିମୟ କରିବେ। ସେହିଦିନ ସେ ଭୁବନେଶ୍ୱର ନିକଟସ୍ଥ ହରିଡ଼ାମଡ଼ା ଗ୍ରାମରେ ବ୍ରହ୍ମକୁମାରୀମାନଙ୍କର ଦିବ୍ୟ ରିଟ୍ରିଟ୍ କେନ୍ଦ୍ର ଉଦଘାଟନ କରିବା ସହ ‘ସ୍ଥାୟିତ୍ୱ ପାଇଁ ଜୀବନଶୈଳୀ’ ଅଭିଯାନର ଶୁଭାରମ୍ଭ କରିବେ।

Leave A Reply

Your email address will not be published.