ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ଋଷରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଦିଆଗଲା ଗାର୍ଡ ଅଫ ଅନର

0

ନୂଆଦିଲ୍ଲୀ: ଋଷରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆଜିଠୁ ପ୍ରଧାନମନ୍ତ୍ରୀ ଦୁଇ ଦିନିଆ ଋଷରେ ଗସ୍ତରେ ଅଛନ୍ତି। ୨୨ ତମ ଭାରତ-ଋଷିଆ ବାର୍ଷିକ ସମ୍ମିଳନୀରେ ଯୋଗଦାନ କରିବା ଲାଗି ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ନିମନ୍ତ୍ରଣ ପରେ ପ୍ରଧାନମନ୍ତ୍ରୀ ମସ୍କୋରେ ପହଞ୍ଚିଛନ୍ତି। ୨୦୨୨ରେ ଋଷ ଓ ୟୁକ୍ରେନ ଯୁଦ୍ଧ ପରେ ଏହା ମୋଦିଙ୍କ ପ୍ରଥମ ଋଷିଆ ଗସ୍ତ। ଏହାପରେ ମୋଦି କଡ଼ା ସୁରକ୍ଷା ବଳୟରେ ହୋଟେଲରେ ପହଞ୍ଚିଛନ୍ତି। ଋଷରେ ମୋଦିଙ୍କୁ ଦିଆଯାଇଛି ଗାର୍ଡ ଅଫ ଅନର। ଆଉ କିଛି ସମୟ ପରେ ପ୍ରବାସୀ ଭାରତୀୟ କମ୍ୟୁନିଟି ପକ୍ଷରୁ ମୋଦିଙ୍କୁ ଭବ୍ୟ ସ୍ୱାଗତ କରାଯିବ।

ତୃତୀୟ ଥର ଦେଶର ପ୍ରଧାନମନ୍ତ୍ରୀ ହେବା ପରେ ଏହା ମୋଦିଙ୍କ ଦ୍ଵିତୀୟ ବିଦେଶୀ ଗସ୍ତ। ଏହି ଗସ୍ତ ସମୟରେ ମୋଦି ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ଦ୍ବିପାକ୍ଷିକ ବୈଠକ କରିବେ। ରାଷ୍ଟ୍ରପତିଙ୍କୁ ଭେଟିବା ସହ ଋଷରେ ଥିବା ଭାରତୀୟ ସମୁଦାୟଙ୍କୁ ପ୍ରଧାନମନ୍ତ୍ରୀ ଭେଟିବାର କାର୍ଯ୍ୟକ୍ରମ ରହିଛି । ତିନି ବର୍ଷର ବ୍ୟବଧାନ ପରେ ପ୍ରଧାନମନ୍ତ୍ରୀ ଋଷ ଗସ୍ତ କରୁଛନ୍ତି। ଏନେଇ ଋଷରେ ଥିବା ଭାରତୀୟ ରାଷ୍ଟ୍ରଦୂତ ସୂଚନା ଦେଇଛନ୍ତି।

Leave A Reply

Your email address will not be published.