ପ୍ରମୁଖ ଖବର

ବନ୍ୟା ପରିଚାଳନା ପାଇଁ ୩ ବରିଷ୍ଠ ଆଇଏଏସ ଅଧିକାରୀ ନିୟୋଜିତ
ହର୍ମୁଜ୍ ପ୍ରଣାଳୀରେ ଜାହାଜ ଚଳାଚଳ ନେଇ ଇରାନ-ଓମାନ ମଧ୍ୟରେ ସହମତି
ଅଟଳ ବିହାରୀ ବାଜପେୟୀଙ୍କ ପୁଣ୍ୟତିଥି: ‘ସଦୈବ ଅଟଳ’ରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
ଲଘୁଚାପ ପ୍ରଭାବ: ହାଇ ଆଲର୍ଟରେ ସହରାଞ୍ଚଳ, ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ
ଲଘୁଚାପ ପ୍ରଭାବ: ହାଇ ଆଲର୍ଟରେ ସହରାଞ୍ଚଳ, ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ
ଟିଏମ୍‌ସି କାର୍ଯ୍ୟାଳୟରୁ ପୂର୍ବତନ ଉପବାଚସ୍ପତି ଆଶିଷ ବାନାର୍ଜୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ଟିଏମ୍‌ସି କାର୍ଯ୍ୟାଳୟରୁ ପୂର୍ବତନ ଉପବାଚସ୍ପତି ଆଶିଷ ବାନାର୍ଜୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସମ୍ଭାବ୍ୟ ବନ୍ୟା ପାଇଁ ଭଦ୍ରକରେ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍

ଋଷରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଦିଆଗଲା ଗାର୍ଡ ଅଫ ଅନର

0

ନୂଆଦିଲ୍ଲୀ: ଋଷରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆଜିଠୁ ପ୍ରଧାନମନ୍ତ୍ରୀ ଦୁଇ ଦିନିଆ ଋଷରେ ଗସ୍ତରେ ଅଛନ୍ତି। ୨୨ ତମ ଭାରତ-ଋଷିଆ ବାର୍ଷିକ ସମ୍ମିଳନୀରେ ଯୋଗଦାନ କରିବା ଲାଗି ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ନିମନ୍ତ୍ରଣ ପରେ ପ୍ରଧାନମନ୍ତ୍ରୀ ମସ୍କୋରେ ପହଞ୍ଚିଛନ୍ତି। ୨୦୨୨ରେ ଋଷ ଓ ୟୁକ୍ରେନ ଯୁଦ୍ଧ ପରେ ଏହା ମୋଦିଙ୍କ ପ୍ରଥମ ଋଷିଆ ଗସ୍ତ। ଏହାପରେ ମୋଦି କଡ଼ା ସୁରକ୍ଷା ବଳୟରେ ହୋଟେଲରେ ପହଞ୍ଚିଛନ୍ତି। ଋଷରେ ମୋଦିଙ୍କୁ ଦିଆଯାଇଛି ଗାର୍ଡ ଅଫ ଅନର। ଆଉ କିଛି ସମୟ ପରେ ପ୍ରବାସୀ ଭାରତୀୟ କମ୍ୟୁନିଟି ପକ୍ଷରୁ ମୋଦିଙ୍କୁ ଭବ୍ୟ ସ୍ୱାଗତ କରାଯିବ।

ତୃତୀୟ ଥର ଦେଶର ପ୍ରଧାନମନ୍ତ୍ରୀ ହେବା ପରେ ଏହା ମୋଦିଙ୍କ ଦ୍ଵିତୀୟ ବିଦେଶୀ ଗସ୍ତ। ଏହି ଗସ୍ତ ସମୟରେ ମୋଦି ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ଦ୍ବିପାକ୍ଷିକ ବୈଠକ କରିବେ। ରାଷ୍ଟ୍ରପତିଙ୍କୁ ଭେଟିବା ସହ ଋଷରେ ଥିବା ଭାରତୀୟ ସମୁଦାୟଙ୍କୁ ପ୍ରଧାନମନ୍ତ୍ରୀ ଭେଟିବାର କାର୍ଯ୍ୟକ୍ରମ ରହିଛି । ତିନି ବର୍ଷର ବ୍ୟବଧାନ ପରେ ପ୍ରଧାନମନ୍ତ୍ରୀ ଋଷ ଗସ୍ତ କରୁଛନ୍ତି। ଏନେଇ ଋଷରେ ଥିବା ଭାରତୀୟ ରାଷ୍ଟ୍ରଦୂତ ସୂଚନା ଦେଇଛନ୍ତି।

Leave A Reply

Your email address will not be published.