ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

କିଶୋର ଜେନା ଏବଂ ଅମିତ ରେହିଦାସଙ୍କୁ ୧୫ ଲକ୍ଷ ଟଙ୍କାର ପ୍ରୋତ୍ସାହନ ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: ପ୍ୟାରିସ୍ ଅଲମ୍ପିକ୍ସରେ ଭାରତର ପ୍ରତିନିଧିତ୍ୱ କରିବାକୁ ଯୋଗ୍ୟତା ଅର୍ଜନ କରିଥିବା ଓଡ଼ିଶାର ଦୁଇ ଯୁବ ତାରକା  କିଶୋର ଜେନା ଏବଂ ଅମିତ ରେହିଦାସଙ୍କୁ ଲକ୍ଷ୍ୟ ସାଧନ ଦିଗରେ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୧୫ ଲକ୍ଷ ଟଙ୍କାର ପ୍ରୋତ୍ସାହନ ରାଶି ଘୋଷଣା କରିଛନ୍ତି। ଏହା ସେମାନଙ୍କୁ ଉତ୍କୃଷ୍ଟ ଖେଳ ପ୍ରଦର୍ଶନ କରି ଦେଶ ପାଇଁ ଗୌରବ ଆଣିବା ନିମନ୍ତେ ପ୍ରେରଣା ଯୋଗାଇବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି।

ପ୍ୟାରିସ୍‌ ଅଲିମ୍ପିକ୍ସରେ ଅଂଶଗ୍ରହଣ କରିବା ପାଇଁ ଯୋଗ୍ୟତା ଅର୍ଜନ କରିଥିବା କିଶୋର ଏବଂ ରୋହିଦାସ କେବଳ ନିଜର ଜନ୍ମମାଟି ନୁହେଁ ସମଗ୍ର ରାଜ୍ୟକୁ ଗୌରବାନ୍ୱିତ କରିଛନ୍ତି। ସେମାନଙ୍କର ଅଦମ୍ୟ ଇଚ୍ଛାଶକ୍ତି, କଠିନ ପରିଶ୍ରମ, ନିଷ୍ଠା ଓ ଅଧ୍ୟବସାୟ ରାଜ୍ୟର ଯୁବ ପ୍ରତିଭାମାନଙ୍କୁ ପ୍ରେରଣା ଯୋଗାଇବ ବୋଲି ମୋର ପୂର୍ଣ୍ଣ ବିଶ୍ୱାସ ଅଛି ବୋଲି କହିବା ସହିତ ଓଡ଼ିଶାବାସୀଙ୍କ ତରଫରୁ ମୁଁ ଉଭୟଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି’ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି।

ପ୍ୟାରିସ୍‌ ଅଲିମ୍ପିକ୍ସରେ ଅଂଶଗ୍ରହଣ କରୁଥିବା ଜାଭେଲିନ୍‌ ଥ୍ରୋ ରେ କିଶୋର ଜେନା ଏବଂ ହକି ତାରକା ଅମିତ ରୋହିଦାସଙ୍କୁ ଉତ୍ସାହିତ କରିବା ପାଇଁ ଏହି ଆର୍ଥିକ ସହାୟତା ଏକ ପ୍ରୟାସ ମାତ୍ର। ଉଭୟଙ୍କ ସାମର୍ଥ୍ୟ ଉପରେ ଓଡ଼ିଶାବାସୀଙ୍କ ପୂର୍ଣ୍ଣ ବିଶ୍ୱାସ ରହିଛି। ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରୁ ଅଲିମ୍ପିକ୍ସରେ ନିଜର ଶ୍ରେଷ୍ଠତମ କ୍ରୀଡ଼ାନୈପୁଣ୍ୟ ପ୍ରଦର୍ଶିତ କରି ରାଜ୍ୟ ତଥା ଦେଶକୁ ଗୌରବାନ୍ୱିତ କରିବେ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି।

ଓଡ଼ିଶାରେ କ୍ରୀଡ଼ା ପ୍ରତିଭାମାନଙ୍କର ଅଭାବ ନାହିଁ। ରାଜ୍ୟର କୋଣଅନୁକୋଣର ଏହି ପ୍ରତିଭାମାନଙ୍କର ସର୍ବାଙ୍ଗୀନ ବିକାଶ ଏବଂ ସେମାନଙ୍କ ସ୍ୱପ୍ନକୁ ସାକାର କରିବା ପାଇଁ ତୃଣମୂଳ ସ୍ତରରେ ଆବଶ୍ୟକ ଭିତ୍ତିଭୂମି, ଆର୍ଥିକ ସହାୟତା ଏବଂ ସମସ୍ତ ସୁବିଧାସୁଯୋଗ ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ସଂକଳ୍ପବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Leave A Reply

Your email address will not be published.