ପ୍ରମୁଖ ଖବର

ଫିଫା ବିଶ୍ୱକପ୍ ଫାଇନାଲ୍ ପାଇଁ କେରଳରେ ଶିକ୍ଷାନୁଷ୍ଠାନ ଛୁଟି; ଫୁଟବଲ୍ ପ୍ରେମୀ ଛାତ୍ରଛାତ୍ରୀଙ୍କ ପାଇଁ ସରକାରଙ୍କ ବଡ଼ ନିଷ୍ପତ୍ତି
୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାରରେ ତାମିଲ ସିନେମାର ଜଲୱା; ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ବିଜୟ
ଜମ୍ମୁ-କାଶ୍ମୀରରେ ଭୟଙ୍କର ଆକସ୍ମିକ ବନ୍ୟା: ୧୬ ମୃତ, ଅନେକ ନିଖୋଜ
ମାତୃଭାଷା ସହ ଆଉ ଗୋଟିଏ ଭାରତୀୟ ଭାଷା ଶିଖିବାକୁ ଛାତ୍ରଛାତ୍ରୀଙ୍କୁ ଆହ୍ୱାନ କଲେ ଅମିତ ଶାହ
୧୬ ବର୍ଷରୁ କମ୍ ବୟସ୍କଙ୍କ ପାଇଁ ସୋସିଆଲ ମିଡିଆରେ କଟକଣା ଆଣିପାରନ୍ତି କେନ୍ଦ୍ର ସରକାର
୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର: ଶ୍ରେଷ୍ଠ ଓଡ଼ିଆ ଫିଚର ଫିଲ୍ମ ସମ୍ମାନ ଜିତିଲା ‘ଲହରୀ’
ଜମ୍ମୁ-କାଶ୍ମୀରରେ ବାଦଲଫଟା ବର୍ଷା ଓ ଆକସ୍ମିକ ବନ୍ୟା: ୧୭ ମୃତ, ହାଇ ଆଲର୍ଟ ଜାରି
ଶ୍ରୀମନ୍ଦିରରେ ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର ଅଳଙ୍କାର ଗଣତି ଓ ଥ୍ରୀଡି ସ୍କାନିଂ

ଗଭୀର ଖାଇରେ ଖସିଲା କାର୍: ୪ ମୃତ, ୨ ଆହତ

0

ଜମ୍ମୁ : ମଙ୍ଗଳବାର ସନ୍ଧ୍ୟାରେ ଜମ୍ମୁ-କଶ୍ମୀରର କିସ୍ତୱାର ଜିଲ୍ଲାର ଡାଚାନ ଅଞ୍ଚଳରେ ଏକ ମାରୁତି କାର୍ ଗଭୀର ଖାଇରେ ଖସିପଡ଼ିବାରୁ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଆହତ ହୋଇଛନ୍ତି।

ଏହି ଦୁର୍ଘଟଣା ସମ୍ପର୍କରେ ଜମ୍ମୁ-କଶ୍ମୀର ପୁଲିସର ଜଣେ ଅଧିକାରୀ କହିଛନ୍ତି ଯେ ଏକ ମାରୁତି କାର୍ ହେରୋଇନ୍ ନାଲା ଡାଚନଠାରେ ଖାଇକୁ ଖସିପଡ଼ିଥିଲା। ଫଳରେ ଘଟଣାସ୍ଥଳରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଦୁର୍ଘଟଣା ପରେ ସ୍ଥାନୀୟ ଲୋକଙ୍କ ସହ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଚିକିତ୍ସା ପାଇଁ ଜିଲ୍ଲା ଡାକ୍ତରଖାନାରେ ଭର୍ତ୍ତି କରିଥିଲା। ପୁଲିସ ଘଟଣାର ଅଧିକ ତଦନ୍ତ ଚଳାଇଛି। ତେବେ କାର୍ ଚାଳକ କାର୍ ଉପରୁ ନିୟନ୍ତ୍ରଣ ହରାଇବାରୁ ଏହି ଦୁଃଖଦ ଘଟଣା ଘଟିଛି। ମୃତକ ଓ ଆହତଙ୍କ ପରିଚୟ ପୁଲିସ ଏପର୍ଯ୍ୟନ୍ତ ପ୍ରକାଶ କରିନାହିଁ।

ଏହା ପୂର୍ବରୁ ଦେଢ଼ ମାସ ତଳେ ମେ ୨୪ ତାରିଖରେ କିସ୍ତୱାରରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଥିଲା। ଯେଉଁଥିରେ ୭ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଥିଲେ। ଡାଙ୍ଗଦୁରୁ ପାୱାର ପ୍ରୋଜେକ୍ଟ (ଡାଚାନ ଅଞ୍ଚଳ)ରେ ଏହି ଦୁର୍ଘଟଣା ଘଟିଛି।

Leave A Reply

Your email address will not be published.